
ରାଜ୍ୟର ଶିଶୁ ବାଟିକାରେ ନିୟୋଜିତ ହେବେ ଶିଶୁ ସେବିକା : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ
ରାଜ୍ୟର ଶିଶୁ ବାଟିକାରେ ନିୟୋଜିତ ହେବେ ଶିଶୁ ସେବିକା। ଏ ନେଇ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ନୀତିଗତ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ଏହି ଶିଶୁ ସେବିକାମାନେ ଶିଶୁବାଟିକାର ଛୋଟ ପିଲାମାନଙ୍କୁ ସହାୟତା ଯୋଗାଇଦେବା ସହିତ ଶିକ୍ଷକମାନଙ୍କ ଉପରେ ରହୁଥିବା ଅଣଶିକ୍ଷା କାର୍ଯ୍ୟର ବୋଝ ହାଲ୍କା କରିବାରେ ସହାୟକ ହେବେ ।ତେଣୁ ଶିକ୍ଷକମାନେ କେବଳ ଶିକ୍ଷା ଉପରେ ଦୃଷ୍ଟି କେନ୍ଦ୍ରୀତ କରିପାରିବେ । ଏହାଦ୍ୱାରା ପ୍ରାକ୍-ପ୍ରାଥମିକ ଶ୍ରେଣୀରେ ପିଲାଙ୍କ ଗୁଣାତ୍ମକ ଶିକ୍ଷାର ବିକାଶ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି ।