
ଆସନ୍ତାକାଲି ଶ୍ରୀମନ୍ଦିରରେ ହେବ ଚିତାଲାଗି ନୀତି: ୪ଘଣ୍ଟା ବନ୍ଦ ରହିବ ଦର୍ଶନ
ଆସନ୍ତାକାଲି ରବିବାର ଶ୍ରାବଣ କୃଷ୍ଣ ଅମାବାସ୍ୟା ତିଥିରେ ଅନୁଷ୍ଠିତ ହେବ ଶ୍ରୀବିଗ୍ରହମାନଙ୍କ ଚିତାଲାଗି ନୀତି। ଏଣୁ ଆସନ୍ତାକାଲି ପ୍ରଥମ ଭୋଗମଣ୍ଡପ ଶେଷ ହେବାପରେ ଆପାତତଃ ଅପରାହ୍ନ ୨ଟା ପରଠୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।ଚିତାଲାଗି ଅମାବାସ୍ୟା ବା ଚିତଉ ଉଆଁସ ଓଡ଼ିଶାରେ ପାଳିତ ଏକ ଗଣପର୍ବ । ଏହା ଶ୍ରାବଣ ମାସର ଅମାବାସ୍ୟା ତିଥିରେ ପାଳିତ ହୋଇଥାଏ । ଏହି ଦିନ ଶ୍ରୀମନ୍ଦିରରେ ଜଗନ୍ନାଥ, ବଳଭଦ୍ର, ଓ ସୁଭଦ୍ରାଙ୍କର ଚିତାଲାଗି ହୋଇଥାଏ । ଜଗନ୍ନାଥଙ୍କ ନିତିଦିନିଆ ପୂଜା ଓ ଧୂପ ଶେଷ ହେବା ପରେ ଦଇତାପତିମାନେ ତିନିଠାକୁରଙ୍କ ଲଲାଟରେ ଚିତାଲାଗି କରନ୍ତି ।