୧୦ ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କାର ଚକୋଲେଟ ଓ ବିସ୍କୁଟ ପୋଡି ନଷ୍ଟ

ବିସ୍କୁଟ ଗୋଦାମରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଜଳିଗଲା ଚକୋଲେଟ, ବିସ୍କୁଟ। ଘଟଣା ଘଟିଛି କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ପାଟ୍ଟଖଣ୍ଡା ସାହିରେ। ନିଆଁ ଲାଗି ୧୦ ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କାର ଚକୋଲେଟ ଓ ବିସ୍କୁଟ ପୋଡି ନଷ୍ଟ ହୋଇଯାଇଛି।

ସୂଚନା ଅନୁସାରେ ଗତକାଲି ବିଳମ୍ବିତ ରାତିରେ ଗୋଦାମରେ ନିଆଁ ଲାଗିଯାଇଥିଲା। ଆଜି ସକାଳୁ ସଫେଇ କର୍ମଚାରୀ ଗୋଦାମରେ ନିଆଁ ଲାଗିଥିବା ଦେଖି ମାଲିକଙ୍କୁ ଖବର ଦେଇଥିଲେ। ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା। ହେଲେ ପ୍ରବଳ ଧୂଆଁ ବାହାରୁଥିବାରୁ ନିଆଁକୁ ଆୟତ୍ତ କରିବା କଷ୍ଟକର ହୋଇପଡିଥିଲା। ପ୍ରାଥମିକ ତଦନ୍ତରୁ ସର୍ଟସର୍କିଟରୁ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି।

Related Articles

Back to top button