ବନ୍ୟାଞ୍ଚଳ ପାଇଁ ରିଲିଫ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଆଜି ଆକାଶ ମାର୍ଗରୁ କେନ୍ଦ୍ରାପଡା ଜିଲ୍ଲାର ଲୁଣା, ଚିତ୍ରୋତ୍ପଳା ନଦୀର ଦ୍ୱୀପାଞ୍ଚଳ, ମହାନଦୀର ଶାଖା ପାଇକା ନଦୀର ଦ୍ୱୀପାଞ୍ଚଳ, ଜଗତସିଂହପୁର ଜିଲ୍ଲାର କୁଜଙ୍ଗ, ନାଉଗାଁ ଓ ପୁରୀ ଜିଲ୍ଲାର ଗୋପ, ନିମାପଡା, ଅସ୍ତରଙ୍ଗ, ଡେଲାଙ୍ଗ, ପିପିଲି, କଣାସର ତଳିଆ ଅଞ୍ଚଳ ପରିଦର୍ଶନ କରି ବନ୍ୟା ପରିସ୍ଥିତି ଅନୁଧ୍ୟାନ କରିଥିଲେ । ବନ୍ୟାରେ ବ୍ୟାପକ ଅଞ୍ଚଳ, ଜଳମଗ୍ନ ହେଵା ସହିତ ଅନେକ ଚାଷ ଜମି ଓ ବାସଗୃହ କ୍ଷତିଗ୍ରସ୍ତ ହୋଇଥିବା ଘଟଣାରେ ରେ ମୁଖ୍ୟମନ୍ତ୍ରୀ ଚିନ୍ତାପ୍ରକଟ କରିଛନ୍ତି।ମୁଖ୍ୟମନ୍ତ୍ରୀଙ୍କ ସହିତ ମୁଖ୍ୟମନ୍ତ୍ରୀ ଙ୍କ ସଚିବ ୫ଟି ଶ୍ରୀ ଭି କେ ପାଣ୍ଡିଆନ ମଧ୍ୟ୍ୟ ବନ୍ୟାଞ୍ଚଳ ପରିଦର୍ଶନରେ ଯାଇଥିଲେ ।

ପ୍ରଭାବିତ ଅଞ୍ଚଳରେ ଚାଲିଥିବା ସମସ୍ତ ପ୍ରକାର ସହାୟତା ଯଥା; ରିଲିଫ୍ ଓ ରନ୍ଧା ଖାଦ୍ୟ ଯୋଗାଣ, ସ୍ୱାସ୍ଥ୍ୟସେବା, ପାନୀୟଜଳ ଯୋଗାଣକୁ ତ୍ୱରାନ୍ୱିତ କରିବା ସହିତ ପ୍ରଭାବିତ ଗୋରୁଗାଈମାନଙ୍କୁ ଆବଶ୍ୟକୀୟ ଗୋଖାଦ୍ୟ ଓ ପଶୁଚିକିତ୍ସା ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।ବନ୍ୟାଂଚଳରୁ ଫେରିବା ପରେ ମୁଖ୍ୟମନ୍ତ୍ରୀ କ୍ଷତିଗ୍ରସ୍ତ ଅଞ୍ଚଳ ପାଇଁ ରିଲିଫ ସହାୟତା ଘୋଷଣା କରିଛନ୍ତି ।

Related Articles

Back to top button