ସୁବର୍ଣ୍ଣରେଖା ଏବଂ ଦେଓ ଜଳସେଚନ ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ମୟୁରଭଞ୍ଜ ଜିଲାର ସୁବର୍ଣ୍ଣରେଖା ଜଳସେଚନ ପ୍ରକଳ୍ପ ଏବଂ ଦେଓ ଜଳସେଚନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ତେବେ ଉଦ୍‌ଘାଟିତ ହୋଇଥିବା ସୁବର୍ଣ୍ଣରେଖା ଜଳସେଚନ ପ୍ରକଳ୍ପ ଦ୍ୱାରା ଅତିରିକ୍ତ ୧୭ ହଜାର ୧୨୧ ହେକ୍ଟର ଚାଷ ଜମିକୁ ଜଳସେଚନ ସୁବିଧା ହୋଇଛି । ଏହାଦ୍ୱାରା ଉଭୟ ମୟୂରଭଞ୍ଜ ଏବଂ ବାଲେଶ୍ୱର ଜିଲାର ୫୫ ହଜାର ଚାଷୀ ଉପକୃତ ହେବେ ବୋଲି ସୂଚନା ରହିଛି। ସେହିପରି ଦେଓ ଜଳସେଚନ ପ୍ରକଳ୍ପର ମଧ୍ୟ ଉଦ୍‌ଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

Related Articles

Back to top button