୧୩ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ୩ଦିନିଆ ମୁମ୍ବାଇ ଗସ୍ତ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୧୩ତାରିଖରେ ୩ଦିନିଆ ମୁମ୍ବାଇ ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି । ଆସନ୍ତା ନଭେମ୍ବରରେ ‘ମେକ୍ ଇନ୍ ଓଡ଼ିଶା-୨୦୨୨’ କନକ୍ଲେଭ୍ ପୂର୍ବରୁ ମୁମ୍ବାଇରେ ସେପ୍ଟେମ୍ବର ୧୪ତାରିଖରେ ‘ଓଡ଼ିଶା ଇନଭେଷ୍ଟର୍ସ ମିଟ’ ଅନୁଷ୍ଠିତ ହେବ ଓ ଏଥିରେ ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଓଡ଼ିଶା ସରକାରଙ୍କ ଏକ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ନିବେଶକଙ୍କୁ ଭେଟିବ ବୋଲି ଜଣାପଡ଼ିଛି ।ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ, ଆସନ୍ତା ୧୪ତାରିଖରେ ମୁମ୍ବାଇର ନରିମନ୍ ପଏଣ୍ଟରେ ଥିବା ହୋଟେଲ ଟ୍ରାଇଡେଣ୍ଟରେ ସନ୍ଧ୍ୟା ସାଢ଼େ ୬ଟାରେ ‘ଓଡ଼ିଶା ଇନଭେଷ୍ଟର୍ସ ମିଟ୍ ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ଏଥିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ମୁଖ୍ୟ ସଚିବ ସୁରେଶ କୁମାର ମହାପାତ୍ର, ଶିଳ୍ପ ସଚିବ ହେମନ୍ତ ଶର୍ମାଙ୍କ ସମେତ ବରିଷ୍ଠ ଅଧିକାରୀ ଓ ଫିକ୍କିର ପଦାଧିକାରୀମାନେ ସାମିଲ ହେବେ ।

ଆସନ୍ତା ନଭେମ୍ବର ୩୦ରୁ ଡିସେମ୍ବର ୪ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରରେ ହେବାକୁ ଥିବା ‘ମେକ୍ ଇନ୍ ଓଡ଼ିଶା-୨୦୨୨’ କନକ୍ଲେଭରେ ସାମିଲ ପାଇଁ ନିବେଶକଙ୍କୁ ଆମନ୍ତ୍ରଣ କରିବା ସହ ଓଡ଼ିଶାରେ ପ୍ରକଳ୍ପ ସ୍ଥାପନ ନିମନ୍ତେ ନିବେଶକଙ୍କୁ ଆକୃଷ୍ଟ କରାଯିବ । ତେବେ ମୁମ୍ବାଇରେ ହେବାକୁ ଥିବା ଇନଭେଷ୍ଟର୍ସ ମିଟ୍ କାର୍ଯ୍ୟକ୍ରମ ନିମନ୍ତେ ମୁଖ୍ୟ ସଚିବ ଶ୍ରୀ ମହାପାତ୍ର ଆଜିଠୁ ଯାଇଥିବାବେଳେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ଚୂଡ଼ାନ୍ତ ହୋଇନି।

Related Articles

Back to top button