ଆସନ୍ତା ୫ତାରିଖରେ ୪ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୫ତାରିଖରେ ୪ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି । ଏହି ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ରାଷ୍ଟ୍ରପତି ଭବନରେ ଆୟୋଜିତ ‘ଆଜାଦି କା ଅମୃତ ମହୋତ୍ସବ’ର ଜାତୀୟ କମିଟି ବୈଠକ ଓ ନିତି ଆୟୋଗ ପରିଚାଳନା ପରିଷଦ ବୈଠକରେ ଯୋଗ ଦେବେ ବୋଲି ଜଣାପଡ଼ିଛି ।

ମିଳିଥିବା ସୂଚନା ଅନୁସାରେ, ଜୁଲାଇ ୨୬ତାରିଖରେ ୪ଦିନିଆ ନୂଆଦିଲ୍ଲୀ ଗସ୍ତ ଶେଷ କରି ଫେରିଥିବା ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଆସନ୍ତା ୫ତାରିଖରେ ପୁଣିଥରେ ନୂଆଦିଲ୍ଲୀ ଯିବାର କାର୍ଯ୍ୟକ୍ରମ ରହିଛି । ୬ତାରିଖ ଅପରାହ୍ନ ସାଢ଼େ ୪ଟାରେ ରାଷ୍ଟ୍ରପତି ଭବନର କଲଚରାଲ ସେଂଟରରେ ଅନୁଷ୍ଠିତ ହେବାକୁ ଥିବା ୭୫ତମ ସ୍ୱାଧୀନତା ଦିବସ ଉପଲକ୍ଷେ ‘ଆଜାଦି କା ଅମୃତ ମହୋତ୍ସବ’ର ଜାତୀୟ କମିଟି ବୈଠକରେ ସାମିଲ ହେବେ । ଏହି ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହାଙ୍କ ସମେତ ବିଭିନ୍ନ ରାଜ୍ୟର ରାଜ୍ୟପାଳ, ମୁଖ୍ୟମନ୍ତ୍ରୀମାନେ ସାମିଲ ହେବେ ବୋଲି ଜଣାପଡ଼ିଛି ।

Related Articles

Back to top button