୩୧ରେ ମୁଖ୍ୟମନ୍ତ୍ରୀଙ୍କ ୫ଦିନିଆ ଦିଲ୍ଲୀ ଗସ୍ତ

ଭୁବନେଶ୍ୱର: ଚଳିତମାସ ୩୧ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୫ଦିନିଆ ଦିଲ୍ଲୀ ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି । ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଚଳିତ ଅଗଷ୍ଟ ୬ତାରିଖରେ ଦିଲ୍ଲୀ ଗସ୍ତରେ ଯାଇ ୮ରେ ଓଡ଼ିଶା ଫେରିଥିଲେ ।

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ମିଳିଥିବା ସୂଚନା ଅନୁସାରେ, ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଚଳିତମାସ ୩୧ତାରିଖରେ ଦିଲ୍ଲୀ ଗସ୍ତରେ ଯାଇ ସେପ୍ଟେମ୍ବର ୪ତାରିଖରେ ଭୁବନେଶ୍ୱର ଫେରିବେ । ଏହି ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କିଛି କେନ୍ଦ୍ରମନ୍ତ୍ରୀଙ୍କୁ ସାକ୍ଷାତ କରିବା ସହ ଓଡ଼ିଶା ଭବନରେ ଏକ ସମୀକ୍ଷା ବୈଠକରେ ସାମିଲ ହୋଇପାରନ୍ତି । ମୁଖ୍ୟମନ୍ତ୍ରୀଙ୍କ ଗସ୍ତର ଚୂଡ଼ାନ୍ତ କାର୍ଯ୍ୟସୂଚୀ ପ୍ରକାଶ ପାଇନଥିଲେ ମଧ୍ୟ ଅଗଷ୍ଟ ୩୧ତାରିଖରେ ଦିଲ୍ଲୀ ଗସ୍ତ ପାଇଁ ପ୍ରସ୍ତୁତି ଶେଷ ହୋଇଛି ।
ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଗତ ଜୁଲାଇ ୨୫ରେ ୪ଦିନିଆ ଓ ଅଗଷ୍ଟ ୬ରେ ୩ଦିନିଆ ଦିଲ୍ଲୀ ଗସ୍ତରେ ଯାଇଥିଲେ ।

Related Articles

Back to top button