ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଫସଲ କଲେ କ୍ଷୟକ୍ଷତି ସମ୍ପର୍କରେ ସମୀକ୍ଷା
ଅଦିନିଆ ଲଗାଣ ବର୍ଷା ଯୋଗୁଁ ରାଜ୍ୟରେ ବ୍ୟାପକ ଫସଲ କ୍ଷତି ହୋଇଛି। ଲୋକ ସେବା ଭବନରେ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଫସଲ କ୍ଷୟକ୍ଷତି ସମ୍ପର୍କରେ ସମୀକ୍ଷା କରିଛନ୍ତି। ପରେ ଗଣ ମାଧ୍ୟମକୁ ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ଚଳିତ ମାସ ୩୦ ତାରିଖ ସୁଦ୍ଧା ଫସଲ କ୍ଷତି ଆକଳନ କରାଯିବ।ମୁଖ୍ୟମନ୍ତ୍ରୀ କହିଛନ୍ତି, ଡିବିଟି ଜରିଆରେ ଚାଷୀଙ୍କୁ ଫସଲ କ୍ଷତିପୂରଣ ପ୍ରଦାନ କରାଯିବ। ଧାନ ବ୍ୟତୀତ ଅନ୍ୟାନ୍ୟ ଫସଲ ପାଇଁ ମଧ୍ୟ କ୍ଷତିପୂରଣ ଦିଆଯିବ। ବୀମା କରିଥିବା ଚାଷୀ ଓ କରିନଥିବା ଚାଷୀ କ୍ଷତି ପୂରଣ ପାଇବେ। ବୀମାଭୁକ୍ତ ୧ ଲକ୍ଷ ୨୬ ହଜାର ଚାଷୀ ଆବେଦନ କରି ସାରିଲେଣି। କାଲି ସୁଦ୍ଧା ଅନ୍ୟ ବୀମାଭୁକ୍ତ ଚାଷୀ ପଞ୍ଜିକରଣ କରିବାକୁ ପରାମର୍ଶ ଦେଇଛନ୍ତି। କୃଷି ରକ୍ଷକ ଆପ୍ର ଟୋଲ୍ ଫ୍ରି ନଂ ୧୪୪୪୭ରେ ଆବେଦନ କରନ୍ତୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।