ମହିଳାଙ୍କୁ ଦୁର୍ବ୍ୟବହାର ଛାଡ଼ ନହେଲେ ଭୁବନେଶ୍ୱର ଛାଡ଼

ମହିଳାଙ୍କୁ ଦୁର୍ବ୍ୟବହାର ଛାଡ଼ ନହେଲେ ଭୁବନେଶ୍ୱର ଛାଡ଼। ଏଭଳି ମେସେଜ ଦେଇ କମିଶନରେଟ ପୋଲିସ ଆରମ୍ଭ କରିଛି HER ବା High Efficiency Response Mission । କୌଣସି କର୍ମଜୀବୀ ମହିଳାଙ୍କୁ ଦୁର୍ବ୍ୟବହାର ବା ମହିଳାଙ୍କୁ ନିର୍ଯ୍ୟାତନା ଘଟଣାରେ ଆକ୍ସନ ନେଉଛି ଏହି ଟିମ୍ । କିଛିଦିନ ତଳେ ହାଇଟେକ ମେଡ଼ିକାଲ କଲେଜର ଜଣେ ନର୍ସଙ୍କୁ ଦୁର୍ବ୍ୟବହାର ଘଟଣାରେ ଆକ୍ସନ ନେଇଛି ପୋଲିସ । ସେହିଭଳି ଗତକାଲି ରାମ ନବମୀ ବେଳେ ଜଣେ ମହିଳାଙ୍କୁ ଦୁର୍ବ୍ୟବହାର ଘଟଣାରେ ଜଣଙ୍କୁ ଗିରଫ କରାଯାଇଛି । ଏହି High Efficiency Response ଟିମର ଉଦ୍ଦେଶ୍ୟ ହେଉଛି ମହିଳାଙ୍କ ସୁରକ୍ଷା । ଏ ଟିମର ନେତୃତ୍ୱ ନେଉଛନ୍ତି ଏସିପି ଅଞ୍ଜନା ଟୁଡୁ । ମୋଟ ୧୪ ଜଣ ମହିଳା ପୋଲିସ ଅଫିସର ଏହି ଟିମର ମେମ୍ବର ରହିଛନ୍ତି । ଏଥିପାଇଁ ଏକ ଟୋଲ ଫ୍ରି ନମ୍ବର ମଧ୍ୟ ଜାରି କରାଯାଇଛି । ଏହି ନମ୍ବର ହେଉଛି ୬୩୭୨୫୦୦୪୦୦ । ଯେଉଁମାନେ ଅସୁବିଧା ସମୟରେ ଏହି ନମ୍ବରକୁ କଲ କରିବେ ସେମାନଙ୍କ ନମ୍ବର ମଧ୍ୟ ଗୋପନ ରଖାଯିବ । ପୋଲିସ ମଧ୍ୟ ଅଧିକାଂଶ କେସରେ ନିଜ ତରଫରୁ କେସ ରୁଜୁ କରୁଛି । ପିସିଆର ନମ୍ବର ୧୧୨କୁ କଲ କଲେ ମଧ୍ୟ ଏହି ନମ୍ବରକୁ ଡାଇଭର୍ଟ କରାଯାଉଛି । ଖଟି, ମାର୍କେଟ, ପାର୍କରେ ସିଭିଲ୍ ପୋଷାକରେ ପଇଁତରା ମାରୁଛନ୍ତି ଏହି ମହିଳା ସ୍କ୍ୱାର୍ଡ । ଆଗକୁ ଏହି ଟିମ ମହିଳାଙ୍କୁ ଦୁର୍ବ୍ୟବହାର ଓ ନିର୍ଯ୍ୟାତନା ଘଟଣାରେ ଅଭିଯୁକ୍ତଙ୍କୁ ଦୃଢ଼ ହସ୍ତରେ ଦମନ କରିବ ବୋଲି କହିଛନ୍ତି ଡିସିପି ପ୍ରତୀକ ସିଂ ।

Related Articles

Back to top button