୧୫ ତାରିଖରେ ଓଡ଼ିଶା ଗସ୍ତରେ ଆସିବେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏବଂ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ

ଓଡିଶା ଗସ୍ତରେ ଆସିବେ ରାହୁଲ ଗାନ୍ଧୀ ଏବଂ ମଲ୍ଲିକାର୍ଜୁନ ଖଡଗେ । ଦିନ ୧୧ଟା ସମୟରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ ରାହୁଲ । ଏହାପରେ ସିଧାସଳଖ ବଲାଙ୍ଗୀର ଅଭିମୁଖେ ଯାତ୍ରା କରିବେ । ବଲାଙ୍ଗୀରରେ ସାଧାରଣ ସଭାରେ ଯୋଗ ଦେଇ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ। ସେହିପରି ୧୬ ତାରିଖରେ କନ୍ଧମାଳରେ ଆୟୋଜିତ ଏକ ସଭାରେ ଯୋଗଦେବେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ । ଭୁବନେଶ୍ଵରରେ ଏକ ପ୍ରେସମିଟ୍ କରିବାର ମଧ୍ୟ କାର୍ଯ୍ୟକ୍ରମ ରହିଛି। ମଙ୍ଗଳବାର ଜୟରାମ ରମେଶ ଭୁବନେଶ୍ଵରରେ ପ୍ରେସମିଟ୍ କରିବେ। ଏ ନେଇ ସୂଚନା ଦେଇଛନ୍ତି ଓଡିଶା କଂଗ୍ରେସ ପ୍ରଭାରୀ ଅଜୟ କୁମାର।

Related Articles

Back to top button