ଓଡ଼ିଶା ବଞ୍ଚାଅ ସମାବେଶରେ ଯୋଗ ଦେଇଛନ୍ତି କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡ଼ଗେ

ଓଡ଼ିଶାରେ ପହଞ୍ଚିଛନ୍ତି କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡ଼ଗେ । ସୋମବାର ଅପରାହ୍ନରେ ଭୁବନେଶ୍ୱରରେ ବିମାନ ବନ୍ଦରରେ ପହଞ୍ଚିବା ପରେ ଉପସ୍ଥିତ ଥିବା ଦଳୀୟ ନେତା ଓ କର୍ମୀ ତାଙ୍କୁ ସ୍ୱାଗତ ଜଣାଇଥିଲେ । ଏହାପରେ ଖଡ଼ଗେ ସିଧାସଳଖ ଲୋୟର ପିଏମଜିରେ ଆୟୋଜିତ ହୋଇଥିବା ଦଳୀୟ କାର୍ଯ୍ୟକ୍ରମ ଓଡ଼ିଶା ବଞ୍ଚାଅ ସମାବେଶରେ ଯୋଗ ଦେଇଛନ୍ତି । ସେଠାରେ ବରିଷ୍ଠ ନେତାଙ୍କ ଠାରୁ ଆରମ୍ଭ କରି ପଂଚାୟତ, ବୁଥ୍‌, ବ୍ଲକ ସ୍ତରର କର୍ମୀଙ୍କୁ ଉଦବୋଧନ ଦେଉଛନ୍ତି ଖଡଗେ । ଓଡ଼ିଶାକୁ ବିଜେପି ଓ ବିଜେଡି କବଳରୁ ବଞ୍ଚାଇବା ସ୍ଲୋଗାନ ଦେଇ ଏହି ବିଶାଳ ସମାବେଶ କରୁଛି କଂଗ୍ରେସ ।

Related Articles

Back to top button