ଉତ୍ତର ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ : ୩ ଦିନ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା

ପୁଣି ୪୮ ଘଣ୍ଟା ମଧ୍ୟରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଉତ୍ତର ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ହୋଇ ଆଗାମୀ ୩ ଦିନ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଫଳରେ ଆଗାମୀ ୩ଦିନ ପର୍ଯ୍ୟନ୍ତ ବର୍ଷାରେ ବେହାଲ ହେବ ରାଜ୍ୟ । ସେଥିପାଇଁ ସତର୍କତା ସୂଚନା ମଧ୍ୟ ଜାରି କରାଯାଇଛି । ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ସୂଚନା ଦେଇଛନ୍ତି । ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, କଟକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାକୁ ବର୍ଷା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବାବେଳେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗିର, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ବୌଦ୍ଧ, ସୋନପୁର, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Related Articles

Back to top button