ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ : ୫ ଦିନ ଯାଏଁ ରାଜ୍ୟରେ ଲାଗି ରହିବ ବର୍ଷା

ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ । ପ୍ରଭାବରେ ଆଗାମୀ ୫ ଦିନ ଯାଏଁ ରାଜ୍ୟରେ ଲାଗି ରହିବ ବର୍ଷା । ଏନେଇ ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଯାହା ଫଳରେ ଆସନ୍ତା କାଲି ଠାରୁ ଅର୍ଥାତ ୨୬ରୁ୨୯ ତାରିଖ ଯାଏଁ ରାଜ୍ୟରେ ବର୍ଷାର ପରିମାଣ ବଢିବ । ଏହାସହ କାଲି ପାଇଁ ୯ ଜିଲ୍ଲା ଖୋର୍ଦ୍ଧା, ନୟାଗଡ଼, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ରାୟଗଡା, ଗଞ୍ଜାମ, ଝାରସୁଗୁଡା ଓ ସୁନ୍ଦରଗଡକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଏହାସହ ଉପକୂଳ, ଉତ୍ତର ଏବଂ ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ଘଡଘଡି ବିଜୁଳି ସହ ବର୍ଷା ଜାରି ରହିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି ।

Related Articles

Back to top button