ଓଡ଼ିଶାରେ ସ୍ଥଳଭାଗ ଛୁଇଁବନି ସମ୍ଭାବ୍ୟ ବାତ୍ୟା ‘ସିତ୍ରାଙ୍ଗ’

ଭୁବନେଶ୍ୱର: ଓଡ଼ିଶାରେ ସ୍ଥଳଭାଗ ଛୁଇଁବ ନାହିଁ ସମ୍ଭାବ୍ୟ ବାତ୍ୟା ‘ସିତ୍ରାଙ୍ଗ’। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି। ଓଡ଼ିଶା ଉପକୂଳରୁ କିଛି ଦୂରରେ ଘଷି ହୋଇ ପଶ୍ଚିମବଙ୍ଗ-ବାଂଲାଦେଶ ଆଡକୁ ମୁହାଁଇବ।
ପାଣିପାଗ ବିଭାଗ ସୂଚନାନୁଯାୟୀ, ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ରଟି ୨୨ ତାରିଖ ବେଳକୁ କେନ୍ଦ୍ରୀୟ ପାର୍ଶବର୍ତ୍ତୀ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଏକ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ଏହା ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହୋଇ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଗୋଟିଏ ବାତ୍ୟାର ରୂପ ନେଇପାରେ। ଅନ୍ୟପଟେ,ସମ୍ଭାବ୍ୟ ବାତ୍ୟା ମୁକାବିଲା ଲାଗି ଆଜି ସନ୍ଧ୍ୟା ୫ଟାରେ ମୁଖ୍ୟ ଶାସନ ସଚିବ ଏକ ବୈଠକ ଡାକିଛନ୍ତି। ବୈଠକରେ ଏସଆରସିଙ୍କ ସମେତ ବରିଷ୍ଠ ଅଧିକାରୀ ଉପସ୍ଥିତ ରହିବେ।

Related Articles

Back to top button