ଆଜି ମଧ୍ୟରାତ୍ରୀରେ ସ୍ଥଳଭାଗ ଛୁଇଁବ ବାତ୍ୟା ‘ରେମାଲ’

ବଙ୍ଗୋପସାଗରରେ ଭୀଷଣ ବାତ୍ୟାର ରୂପ ନେଲା ‘ରେମାଲ’ । ଅଧିକ ଘନୀଭୂତ ହୋଇ ଭୀଷଣ ବାତ୍ୟାର ରୂପ ନେଲା ‘ରେମାଲ’ । ଆଜି ମଧ୍ୟରାତ୍ରୀରେ ସାଗର ଦ୍ୱୀପ ଓ ଖେପୁପରା ମଧ୍ୟରେ ସ୍ଥଳଭାଗ ଛୁଇଁବ ବାତ୍ୟା । ଏହି ସମୟରେ ପବନର ବେଗ ଘଣ୍ଟାପ୍ରତି ୧୧୦ରୁ ୧୨୦ ଏବଂ ଝଟକା ପବନ ୧୩୫ କିଲୋମିଟର ରହିପାରେ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି ।

ବାତ୍ୟା ନେଇ ପଶ୍ଚିମବଙ୍ଗରେ ରେଡ୍ ଆଲର୍ଟ ଜାରି କରାଯାଇଛି । ଦକ୍ଷିଣ ୨୪ ପ୍ରଗଣା, ଉତ୍ତର ଚବିଶ ପ୍ରଗଣା, ପୂର୍ବ ମେଦିନୀପୁର, କୋଲକାତା, ହାୱଡା, ହୁଗୁଳି ଜିଲ୍ଲାରେ ସତର୍କ ରହିଛି ପ୍ରଶାସନ । ସାମୟିକ ଭାବେ ବିମାନ ଓ ରେଳ ଚଳାଚଳ ବନ୍ଦ ରଖାଯାଇଛି । ଦୀଘା ସମୁଦ୍ରକୂଳରେ ପର୍ଯ୍ୟଟକଙ୍କୁ ବାରଣ କରାଯାଇଛି ।

ଉଦ୍ଧାରକାର୍ଯ୍ୟ ପାଇଁ ୧୨ଟି ଏନଡିଆରଏଫ ଟିମ୍ ମୁତୟନ ଅଛନ୍ତି । ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକାଙ୍କ ସୂଚନା ଅନୁଯାୟୀ, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ମୟୂରଭଞ୍ଜ ଓ ଜଗତସିଂହପୁରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସୂଚନା ରହିଛି। ସେହିପରି ଦକ୍ଷିଣ ଓ ଉତ୍ତର ଉପକୂଳରେ ପବନର ବେଗ ୬୦ରୁ ୭୦ କିମି ବୋହିବ। ସମୁଦ୍ର ଅଶାନ୍ତ ରହିବ ତେଣୁ ମତ୍ସ୍ୟଜୀବୀଙ୍କୁ ୨୭ ତାରିଖ ପର୍ଯ୍ୟନ୍ତ ସମୁଦ୍ର ଯିବାକୁ ବାରଣ କରାଯାଇଛି।

Related Articles

Back to top button