ଆସନ୍ତା ୧୬ରେ ସୃଷ୍ଟିହେବ ଘୂର୍ଣ୍ଣିବଳୟ

ଭୁବନେଶ୍ୱର : ଆସନ୍ତା ୧୬ ତାରିଖରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ । ଘନୀଭୂତ ହୋଇ ନେଇପାରେ ଲଘୁଚାପର ରୂପ । ଲଘୁଚାପ ସୃଷ୍ଟି ପାଇଁ ପାଗ ଅନୁକୂଳ ହୋଇଛି । ପରବର୍ତ୍ତୀ ସମୟରେ ଏହା ଅବପାତରେ ପରିଣତ ସମ୍ଭାବନା ରହିଛି । ପ୍ରଭାବରେ ଓଡ଼ିଶାରେ ପ୍ରବଳ ବର୍ଷା ସହିତ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାରେ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି ।

ସେପଟେ ଏବେ ବି ରାଜ୍ୟରେ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଛି । ୧ ଜୁନରୁ ଆଜି ପର୍ଯ୍ୟନ୍ତ ୨୪୩ ଦଶମିକ ୯ ମିଲିମିଟର ବର୍ଷା ରେକର୍ଡ କରାଯାଇଛି । ଯାହାକି ସ୍ବାଭାବିକ ବର୍ଷା ୩୩୪.୪ ମିଲିମିଟର ତୁଳନାରେ ୨୭ ପ୍ରତିଶତ କମ । ଦେବଗଡ ଜିଲ୍ଲାରେ ସର୍ବାଧିକ ୪୭୪.୫ ମିଲିମିଟର ବର୍ଷା ରେକର୍ଡ ହୋଇଛି । ଯାହାକି ସ୍ବାଭାବିକ ବର୍ଷା ତୁଳନାରେ ୪୨% ଅଧିକ ।

ସେହିପରି କଳାହାଣ୍ଡି ଜିଲ୍ଲାରେ ୧୩୯.୪ ମିମି ସହ ସବୁଠାରୁ କମ ପ୍ରତିଶତ ବର୍ଷା ରେକର୍ଡ କରାଯାଇଛି । ୧୭ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ହୋଇଥିବାବେଳେ ଗୋଟିଏ ଜିଲ୍ଲାରେ ଅତ୍ୟଧିକ ନିଅଣ୍ଟିଆ, ଗୋଟିଏ ଜିଲ୍ଲାରେ ସ୍ବାଭାବିକଠାରୁ ଅଧିକ ବର୍ଷା ଏବଂ ଅବଶିଷ୍ଟ ୧୧ ଜିଲ୍ଲାରେ ସ୍ବାଭାବିକ ବର୍ଷା ରେକର୍ଡ ହୋଇଛି । ଗତ ୨୪ ଘଣ୍ଟାରେ ରାଜ୍ୟରେ ହାରାହାରି ୫.୧ ମିମି ବର୍ଷା ରେକର୍ଡ ହୋଇଛି ।

Related Articles

Back to top button