ଦକ୍ଷିଣ ମୋଡ଼ ନେଲେ ତିନି ରଥ

ପୁରୀ: ତିନି ରଥ ଦକ୍ଷିଣମୋଡ଼ କରାଗଲା। ମଙ୍ଗଳବାର ହେରାପଞ୍ଚମୀ ନୀତି ସମାପ୍ତ ପରେ ବୁଧବାରଠାରୁ ବାହୁଡାଯାତ୍ରା ପାଇଁ ଆରମ୍ଭ ହେବ ପ୍ରସ୍ତୁତି। ପ୍ରଥା ଓ ପରମ୍ପରା ଅନୁଯାୟୀ ହେରାପଞ୍ଚମୀ ପରଦିନ ଅର୍ଥାତ ଆଜି ତିନି ରଥକୁ ଦକ୍ଷିଣମୋଡ଼ କରାଯାଇଛି।

ପ୍ରକାଶ ଯେ, ସକାଳେ ଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁଙ୍କ ସକାଳ ଧୂପ ପରେ ଘଣ୍ଟଘଣ୍ଟା,କାହାଳୀ, ଛତ୍ରି ସହ ପଟୁଆରରେ ତିନି ବାଡ଼ରୁ ତିନି ଜଣ ପୂଜାପଣ୍ଡା ସାମନ୍ତ ଆଜ୍ଞାମାଳ ଧରି ତିନିରଥ ନିକଟକୁ ଆସିଥିଲେ। ମହାପ୍ରଭୁଙ୍କ ଆଜ୍ଞା ପାଇବା ପରେ ରଥ ଦକ୍ଷିଣମୋଡ଼ କରାଯାଇଛି। ପ୍ରଥମେ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥକୁ ଦକ୍ଷିଣମୋଡ଼ କରାଯାଇଥିବା ବେଳେ ପରେ ଶ୍ରୀବଳଭଦ୍ରଙ୍କ ତାଳଧ୍ୱଜ ରଥ ଓ ଶେଷରେ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥ ନାକଚଣା ଦ୍ୱାର ଅଭିମୁଖେ ଗଡ଼ିଛି।

Related Articles

Back to top button