ଡମ୍ବରୁଧର ଉଲାକାଙ୍କ ବିୟୋଗରେ ରାଜନୈତିକ ମହଲରେ ଶୋକର ଛାୟା

ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ଡମ୍ବରୁଧର ଉଲାକାଙ୍କ ଦେହାନ୍ତ ହୋଇଛି । ୮୭ ବର୍ଷ ବୟସରେ ତାଙ୍କର ମୃତ୍ୟୁ ଘଟିଛି । ଚିକିତ୍ସାଧୀନ ଅବସ୍ଥାରେ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ଘଟିଥିବା ସୂଚନା ମିଳିଛି । ଡମ୍ବରୁଧର କଂଗ୍ରେସ ତରଫରୁ ରାୟଗଡ଼ା ଜିଲ୍ଲା ବିଷମକଟକରୁ ୫ ଥର ବିଧାୟକ ଭାବେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ ।

ଡମ୍ବରୁଧର ୧୯୭୪ ମସିହାରେ ପ୍ରଥମ ଥର କଂଗ୍ରେସରୁ ରାୟଗଡ଼ା ଜିଲ୍ଲା ବିଷମକଟକରୁ ନିର୍ବାଚନ ଲଢ଼ି ବିଧାୟକ ଭାବେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ । ପରେ ସେ ୧୯୭୭, ୧୯୮୦, ୧୯୮୫ ଓ ୧୯୯୫ରେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ ।

Related Articles

Back to top button