ପବିତ୍ର ମହାଳୟା ଅବସରରେ ଚଳଚଞ୍ଚଳ ମା’ ବିରଜା କ୍ଷେତ୍ର

ଯାଜପୁର: ପବିତ୍ର ମହାଳୟା ଅବସରରେ ପିତୃପୁରୁଷଙ୍କୁ ପିଣ୍ଡଦାନ କରିବାର ସ୍ବତନ୍ତ୍ର ପରମ୍ପରା ରହିଛି । ବିଶେଷକରି ଆଜିର ଦିନରେ ପିଣ୍ଡଦାନ କଲେ ପିତୃପୁରଷଙ୍କ ମୋକ୍ଷ ଲାଭ ହୋଇଥାଏ ବୋଲି ବିଶ୍ବାସ ରହିଛି । ଏଥିପାଇଁ ଆଜି ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା’ ବିରଜା ପୀଠରେ ଥିବା ନାଭିଗୟାରେ ପିଣ୍ଡଦାନ ପାଇଁ ଶ୍ରଦ୍ଧାଳୁଙ୍କ ଭିଡ ଦେଖିବାକୁ ମିଳିଛି ।

ଦୂର ଦୂରାନ୍ତରୁ ଶ୍ରଦ୍ଧାଳୁ ମାନେ ଆସି ପିତୃପୁରୁଷଙ୍କୁ ନାଭିଗୟାରେ ପିଣ୍ଡଦାନ ଦେଇଛନ୍ତି । ଏଥିପାଇଁ ମନ୍ଦିର ପ୍ରଶାସନ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ମଧ୍ୟ କରାଯାଇଛି । ମହାଳୟା ଅବସରରେ ପିତୃପୁରୁଷଙ୍କୁ ପିଣ୍ଡଦାନ ପାଇଁ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ ଜମିଛି । ମହାଳୟାରେ ପିତୃପୁରୁଷଙ୍କୁ ପିଣ୍ଡଦାନ କରିବାର ପରମ୍ପରା ରହିଛି । ବିଶେଷ କରି ବିରଜା ମନ୍ଦିରର ନାଭିଗୟା ପୀଠରେ ପିଣ୍ଡଦାନ କଲେ ପିତୃପୁରୁଷଙ୍କୁ ସ୍ବର୍ଗପ୍ରାପ୍ତି ହୋଇଥାଏ ବୋଲି ବିଶ୍ବାସ କରନ୍ତି ଲୋକେ ।

ଏଥିପାଇଁ ଆଜି ସକାଳୁ ସକାଳୁ ଜିଲ୍ଳା ଓ ରାଜ୍ୟ ବାହାରୁ ହଜାର ହଜାର ଶ୍ରଦ୍ଦାଳୁ ପିଣ୍ଡଦାନ କରି ମା’ ବିରଜାଙ୍କୁ ଦର୍ଶନ କରିଛନ୍ତି । ଏଭଳି ତିଥିରେ ପିଣ୍ଡଦାନ କରି ଶ୍ରଦ୍ଧାଳୁ ନିଜକୁ ଭାଗ୍ୟବାନ ମନେ କରିଛନ୍ତି । କୋଭିଡ କଟକଣା ଯୋଗୁଁ ଗତ ଦୁଇ ବର୍ଷ ଧରି ସମୂହ ପିଣ୍ଡଦାନ କାର୍ଯ୍ୟ ବନ୍ଦ ଥିଲା । ଚଳିତ ବର୍ଷ କଟକଣା ହଟିବା ପରେ ପିଣ୍ଡଦାନ ପାଇଁ ଶ୍ରଦ୍ଧାଳୁ ମାନଙ୍କ ମଧ୍ୟରେ ପ୍ରବଳ ଆଗ୍ରହ ଦେଖିବାକୁ ମିଳିଛି । ପିତୃପୁରୁଷଙ୍କ ପିଣ୍ଡଦାନର ପରମ୍ପରା ଆବାହମାନକାଳରୁ ରହି ଆସିଛି ।

ବିଶେଷ କରି ପିତୃପକ୍ଷ ଅର୍ଥାତ ଇନ୍ଦୁ ପୂର୍ଣ୍ଣିମା ଠାରୁ ମହାଳୟା ପର୍ଯ୍ୟନ୍ତ ପିତୃପୁରୁଷଙ୍କୁ ଶ୍ରାଦ୍ଧ ବା ପିଣ୍ଡଦାନ କରାଯାଏ । କିନ୍ତୁ ମହାଳୟା ତିଥିରେ ଓ ନାଭିଗୟାରେ ପିଣ୍ଡଦାନ ନେଇ ରହିଛି ଅନେକ ପୌରାଣିକ ମତ । ସେଥିପାଇଁ ନାଭିଗୟାରେ ପିଣ୍ଡଦାନ ପାଇଁ କାହିଁ କେତେ ଦୂରରୁ ଛୁଟିଆସନ୍ତି ଶ୍ରଦ୍ଧାଳୁ । ପିଣ୍ଡଦାନ ପରେ ମା ବିରଜାଙ୍କୁ ଦର୍ଶନ କଲେ କୋଟି ଜନ୍ମର ପାପ କ୍ଷୟ ହେବାର ବିଶ୍ବାସ ମଧ୍ୟ ରହିଛି । `ଆଜି ପ୍ରବଳ ଭିଡକୁ ଲକ୍ଷ୍ୟ ରଖି ପୋଲିସ ପ୍ରଶାସନ ପକ୍ଷରୁ ମଧ୍ୟ ବ୍ୟାପକ ବନ୍ଦୋବସ୍ତ କରାଯାଇଥିଲା । ପିଣ୍ଡଦାନ ପରେ ମାଙ୍କୁ ଦର୍ଶନ ପାଇଁ ଭକ୍ତଙ୍କ ପ୍ରବଳ ଭିଡକୁ ଲକ୍ଷ୍ୟ ରଖି ମନ୍ଦିର ପ୍ରଶାସନ ପକ୍ଷରୁ ମଧ୍ୟ ବ୍ୟାପକ ବନ୍ଦୋବସ୍ତ କରାଯାଇଥିଲା ।

Related Articles

Back to top button