ମା’ ଭଦ୍ରକାଳୀଙ୍କ ବେଦମାତା ବେଶ
ଭଦ୍ରକ : ଆଜି ହେଉଛି ପବିତ୍ର କାଳୀପୂଜା । ଅଧିଷ୍ଠାତ୍ରୀ ଦେବୀ ମା’ ଭଦ୍ରକାଳୀଙ୍କ ପୀଠରେ ସୋମବାର ଠାରୁ ଆରମ୍ଭ ହୋଇଛି କାଳୀପୂଜା । ଆଜି ପ୍ରଥମ ଦିନରେ ମା ସପ୍ତମାତୃକା ବେଶରେ ଭକ୍ତମାନଙ୍କୁ ଦର୍ଶନ ଦେବାକୁ ଥିବା ବେଳେ ବେଦମାତା ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି । ଗତ ୨ ବର୍ଷ ପରେ ଚଳିତ ବର୍ଷ ମା’ଙ୍କ ପୂଜାର୍ଚ୍ଚନା ଧୁମଧାମରେ ହେଉଛି ।
ପରମ ବୈଷ୍ଣବୀ ମା’ ଭଦ୍ରକାଳୀ ସଦା ସର୍ବଦା ବିଶ୍ଵମାତା ରୂପରେ ଭକ୍ତଙ୍କୁ ଦର୍ଶନ ଦିଅନ୍ତି। ହେଲେ ଜଗତ କଲ୍ୟାଣ ପାଇଁ କାଳୀପୂଜା ଠାରୁ ସାତ ଦିନ ଧରି ମା’ ସପ୍ତମାତୃକା ବେଶରେ ଭକ୍ତମାନଙ୍କୁ ଦର୍ଶନ ଦିଅନ୍ତି । ତେବେ ସପ୍ତମାତୃକା ବେଶର ପ୍ରଥମ ଦିନରେ ମା ବେଦମାତା ବେଶରେ ଶ୍ରଦ୍ଧାଳୁ ମାନଙ୍କୁ ଦର୍ଶନ ଦେଉଛନ୍ତି । ଏହି ଅବସରରେ ମା ଙ୍କୁ ସ୍ଵତନ୍ତ୍ର ପୂଜାର୍ଚ୍ଚନା କରାଯିବା ସହ ଚଣ୍ଡିପାଠ ଅନୁଷ୍ଠିତ ହୋଇଛି । ମନ୍ଦିରରେ ମା’ଙ୍କ ଦର୍ଶନ ଲାଗି ଭକ୍ତମାନଙ୍କ ଭିଡ ଲାଗିବ ।
ବେଦମାତା ବେଶରେ ଭକ୍ତ ମାନେ ଦର୍ଶନ କଲେ ପରିବାରରେ ମଙ୍ଗଳ ହେବା ସହ ସମସ୍ତ ମନସ୍କାମନା ପୂରଣ ହୋଇଥାଏ ବୋଲି ବିଶ୍ବାସ ରହିଛି। ଆସନ୍ତାକାଲି ସପ୍ତମାତୃକା ବେଶର ଦ୍ଵିତୀୟ ଦିନରେ ମା’ ମହାକାଳୀ ବେଶରେ ପୂଜା ପାଇବେ।