ନଭେମ୍ବର ୩ରେ ଧାମନଗର ଉପନିର୍ବାଚନ, ଅକ୍ଟୋବର ୭ରେ ଏନେଇ ପ୍ରକାଶ ପାଇବ ବିଜ୍ଞପ୍ତି

ଭୁବନେଶ୍ୱର: ଘୋଷଣା ହେଲା ଉପନିର୍ବାଚନ ତାରିଖ। ନଭେମ୍ବର ୩ରେ ହେବ ଧାମନଗର ଉପନିର୍ବାଚନ । ଏନେଇ ଭାରତୀୟ ନିର୍ବାଚନ କମିଶନରଙ୍କ ପକ୍ଷରୁ ସୂଚନା ଦିଆଯାଇଛି ।

ଖବର ଅନୁଯାୟୀ, କିଛି ଦିନ ତଳେ ଧାମନଗର ବିଧାୟକ ବିଷ୍ଣୁ ସେଠୀଙ୍କ ଦେହାନ୍ତ ହୋଇଥିଲା । ଏହାପରେ ଉପନିର୍ବାଚନ ନେଇ କଳ୍ପନାଜଳ୍ପନା ଚାଲିଥିଲା । ହେଲେ ଏହି ସବୁ ଚର୍ଚ୍ଚାରେ ଅନ୍ତ ଲଗାଇଛନ୍ତି ନିର୍ବାଚନ କମିଶନର । ନଭେମ୍ବର ୩ ତାରିଖରେ ଅନୁଷ୍ଠିତ ହେବ ଧାମନଗର ଉପନିର୍ବାଚନ । ଏନେଇ ଅଗଷ୍ଟ ୭ରେ ପ୍ରକାଶ ପାଇବ ବିଜ୍ଞପ୍ତି । ଅକ୍ଟୋବର ୧୪ରେ ନାମାଙ୍କନ ଦାଖଲର ଶେଷ ଦିନ ରହିଥିବା ବେଳେ ୧୫ରେ ଯାଞ୍ଚ ଏବଂ ୧୭ରେ ନାମାଙ୍କନ ପ୍ରତ୍ୟାହର ଶେଷ ଦିନ । ନଭେମ୍ବର ୬ରେ ଭୋଟ ଗଣତି ଓ ଫଳାଫଳ ପ୍ରକାଶ ପାଇବ । ଶେଷରେ ନଭେମ୍ବର ୮ ସୁଦ୍ଧା ସମସ୍ତ ନିର୍ବାଚ ପ୍ରକ୍ରିୟା ଶେଷ ହେବାକୁ ନିର୍ଦ୍ଦେଶ ଦେଇଛନ୍ତି ନିର୍ବାଚନ କମିଶନର ।

Related Articles

Back to top button