ଘରୁ ମତଦାନ କରିବେ ଦିବ୍ୟ ଅଙ୍ଗ ଓ ବୟସ୍କ ମତଦାତା

ଆଗାମୀ ସାଧାରଣ ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ ସହ ବିଭିନ୍ନ ଦିଗ ପ୍ରତି ଧ୍ୟାନ ଦେଉଛନ୍ତି ନିର୍ବାଚନ କମିଶନ । ଏଥର ନିର୍ବାଚନରେ ବୟସ୍କ, ଦିବ୍ୟାଙ୍ଗ ଓ ଅସୁସ୍ଥଙ୍କ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ଏହା ସହ ଡ୍ୟୁଟିରେ ଥିବା ଅଧିକାରୀ ମାନଙ୍କ ପ୍ରତି ମଧ୍ୟ ବିଶେଷ ଧ୍ୟାନ ଦେଇଛନ୍ତି ନିର୍ବାଚନ କମିଶନ ।

ଆଗାମୀ ନିର୍ବାଚନରେ ବୟସ୍କ, ଦିବ୍ୟାଙ୍ଗ ଓ ଅସୁସ୍ଥ ଭୋଟର ଘରେ ରହି ଭୋଟ୍ ଦେଇପାରିବେ । 80 ବର୍ଷରୁ ଅଧିକ ବୟସ୍କ, 40 ବର୍ଷରୁ କମ୍ ବୟସ୍କ ଦିବ୍ୟାଙ୍ଗ ଓ ଅସୁସ୍ଥ ହୋଇ ଘରେ ରହିଥିଲେ, ସେମାନଙ୍କ ପାଇଁ ହୋମ୍ ଭୋଟିଂର ବ୍ୟବସ୍ଥା କରାଯାଇଛି । ଏହା ସହ ପୁଲିଂ ଦାୟିତ୍ୱରେ ଥିବା ସମସ୍ତ ଅଧିକାରୀ ଓ କର୍ମଚାରୀ ଯେଉଁଠାରେ ଡ୍ୟୁଟି କରୁଥିବେ ସେହି ସ୍ଥାନରେ ଭୋଟ୍ ଦେବା ପାଇଁ ବ୍ୟବସ୍ଥା କରାଯାଇଛି । ଏଥିପାଇଁ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ସ୍ୱତନ୍ତ୍ର ଭୋଟିଂ କେନ୍ଦ୍ର କରାଯିବ ।

ଏ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ କହିଛନ୍ତି, ସାଧାରଣ ନିର୍ବାଚନ ପାଇଁ ରାଜ୍ୟ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ସମସ୍ତ ପ୍ରସ୍ତୁତି କରାଯାଉଛି । ସମସ୍ତ ଜିଲ୍ଲାରେ ଇଭିଏମ୍ ପହଞ୍ଚିବା ସହ ଟେଷ୍ଟିଂ ସରିଛି । ନିର୍ବାଚନ ପାଇଁ ପ୍ରଥମ ଓ ଦ୍ୱିତୀୟ ପର୍ଯ୍ୟାୟ କାମ ସରିଛି । ଏବେ ତୃତୀୟ ପର୍ଯ୍ୟାୟ କାମ ଚାଲିଥିବା କହିଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ।ଏହି ଅବସରରେ ସେ କହିଛନ୍ତି, 5 ବର୍ଷ ମଧ୍ୟରେ ଚଳିତ ବର୍ଷ ପ୍ରଥମ ଥର ପାଇଁ ବହୁ ଯୁବ ଗୋଷ୍ଠୀ ଭୋଟର ସୃଷ୍ଟି ହୋଇଛନ୍ତି । ଖୁବ୍‌ ଶୀଘ୍ର ଜାତୀୟ ନିର୍ବାଚନ କମିଶନର ଓଡ଼ିଶା ଆସିବେ ।

Related Articles

Back to top button