
କାଳବୈଶାଖୀ ପ୍ରଭାବରେ ରାଜ୍ୟରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା
ପୁଣି ରାଜ୍ୟବାସୀଙ୍କୁ ତାତିରୁ ମିଳିବ ଆଶ୍ୱସ୍ତି । କାଳବୈଶାଖୀ ପ୍ରଭାବରେ ରାଜ୍ୟରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଏ ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଆସନ୍ତାକାଲିଠାରୁ ପାଗରେ ପରିବର୍ତନ ହେବାର ସମ୍ଭାବନା ରହିଛି । ପ୍ରବଳ ଗ୍ରୀଷ୍ମ ପ୍ରବାହ ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଛନ୍ତି । ବର୍ଷା ଯୋଗୁଁ ରାଜ୍ୟରେ ତାପମାତ୍ରା ହ୍ରାସ ପାଇବ। କାଳବୈଶାଖୀ ପ୍ରଭାବରେ ବର୍ଷା ସହିତ ଘଡ଼ଘଡ଼ି, ବିଜୁଳି ହେବାର ସମ୍ଭାବନା ରହିଛି ।ଆଜି ପାଇଁ ବୌଦ୍ଧ, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ନୂଆପଡ଼ା, ରାୟଗଡ଼ା, ନବରଙ୍ଗପୁର, ମାଲକାନଗିରି ଓ କୋରାପୁଟ ଜିଲ୍ଲାରେ ବର୍ଷା ସହିତ କାଳବୈଶାଖୀ ହେବାର ମଧ୍ୟ ସମ୍ଭାବନା ରହିଥିବାବେଳେ ଆସନ୍ତାକାଲି ପାଇଁ ପଶ୍ଚିମ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ବର୍ଷା ହେବାର ସୂଚନା ଦିଆଯାଇଛି । ଗତକିଛି ଦିନ ମଧ୍ୟରେ ରାଜ୍ୟରେ ତାପମାତ୍ରା ଅସହ୍ୟ ହେବାରେ ଲାଗିଛି । ଲୋକମାନେ ଘରୁ ବାହାରିବା ପାଇଁ ମଧ୍ୟ ଭୟ କରୁଛନ୍ତି ।