ରାଜ୍ୟରେ ବଢିଲା ଗ୍ରୀଷ୍ମ ଛୁଟି ଅବଧି

ଭୁବନେଶ୍ୱର: ରାଜ୍ୟରେ ବଢିଲା ଗ୍ରୀଷ୍ମ ଛୁଟି ଅବଧି । ୨ ଦିନ ବଢ଼ିଲା ଖରାଛୁଟି । ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଛୁଟି ଅବଧିକୁ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । ଆସନ୍ତା ୧୯ ତାରିଖ ପରିବର୍ତ୍ତେ ୨୧ ତାରିଖରେ ଖୋଲିବ ସ୍କୁଲ । ଏନେଇ ସ୍କୁଲ ଓ ଗଣଶିକ୍ଷା ବିଭାଗ ତରଫରୁ ନିର୍ଦ୍ଦେଶନାମା ଜାରି କରାଯାଇଛି । ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଏପ୍ରିଲ ୨୧ ତାରିଖରୁ ସ୍କୁଲରେ ଖରାଛୁଟି ହୋଇଥିଲା । ଆଗୁଆ ଖରାଛୁଟି ଘୋଷଣା କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

Related Articles

Back to top button