ଶିବରାତ୍ରି ପାଇଁ ଲିଙ୍ଗରାଜ ମନ୍ଦିରରେ ବ୍ୟାପକ ପ୍ରସ୍ତୁତି

ଆସନ୍ତାକାଲି ମହାଶିବରାତ୍ରି ପାଇଁ ବିଭିନ୍ନ ଶୈବ ପୀଠରେ ପ୍ରସ୍ତୁତି ଆରମ୍ଭ ହୋଇଛି । ଶିବରାତ୍ରି ପାଇଁ ଭୁବନେଶ୍ୱରସ୍ଥିତ ଲିଙ୍ଗରାଜ ମନ୍ଦିରରେ ମଧ୍ୟ ବ୍ୟାପକ ପ୍ରସ୍ତୁତି କରାଯାଇଛି । ମହାଦୀପ ଉଠିବା ସହିତ ଭକ୍ତମାନେ କିପରି ସୁରକ୍ଷିତ ଓ ଶୃଙ୍ଖଳିତ ଭାବରେ ପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନ କରିପାରିବେ ସେଥିପାଇଁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି ମଧ୍ୟ କରାଯାଇଛି । ଆସନ୍ତାକାଲି ଲିଙ୍ଗରାଜ ମନ୍ଦିରରେ ମହାଦୀପ ରାତି ୧୦ ଟାରେ ଉଠିବ । ମହାଶିବରାତ୍ରି ପାଇଁ କମିଶନରେଟ ପୋଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି । ଭକ୍ତଙ୍କ ପ୍ରବଳ ସମାଗମକୁ ଦୃଷ୍ଟିରେ ରଖି ୪ଟି ସିଫ୍ଟରେ ସମ୍ପୂର୍ଣ୍ଣ ସ୍ଥାନ ଜଗିବେ ପୋଲିସ ବୋଲି ନିର୍ଦ୍ଦେଶ ଦିଆଯାଇଛି ।

Related Articles

Back to top button