ଆଜିଠୁ ଆରମ୍ଭ ପ୍ରଥମ ପର୍ଯ୍ୟାୟ ଯୁକ୍ତ ୨ ନାମଲେଖା

ଆଜିଠୁ ଆରମ୍ଭ ହେବ ଯୁକ୍ତ ୨ ପ୍ରଥମ ପର୍ଯ୍ୟାୟ ନାମଲେଖା। ସକାଳ ୯ରୁ ୫ଟା ଯାଏ ନାମଲେଖା ଚାଲିବ । ଚଳିତବର୍ଷ ୪ ଲକ୍ଷ ୭୨ ହଜାର ୨୭୯ ପିଲା ଆବେଦନ କରିଥିଲେ । ପ୍ରଥମ ପର୍ଯ୍ୟାୟ ନାମଲେଖା ପାଇଁ ମନୋନୀତ ହୋଇଛନ୍ତି ୪ ଲକ୍ଷ ୧୨ ହଜାର ୩୬୮ ଜଣ । କଳାରେ ସର୍ବାଧିକ ୨ ଲକ୍ଷ ୫୩ ହଜାର ୧୭୮ ଜଣ, ବାଣିଜ୍ୟରେ ୨୫ ହଜାର ୧୬୮ ଓ ବିଜ୍ଞାନରେ ୧ଲକ୍ଷ ୨୧ ହଜାର ୨୩ ଜଣ ମନୋନୀତ ହୋଇଛନ୍ତି । ବାକି ୫୯ ହଜାର ୯୧୧ ପିଲା ଦ୍ୱିତୀୟ ଓ ସ୍ପଟ୍ ଆଡ଼ମିଶନ ପାଇଁ ରହିଯାଇଛନ୍ତି ।

 

ସୂଚନାଯୋଗ୍ୟ, ଗତକାଲି ଯୁକ୍ତ ଦୁଇ ପ୍ରଥମ ପର୍ଯ୍ୟାୟ କଟଅଫ୍ ମାର୍କ ପ୍ରକାଶ ପାଇଥିଲା। ପ୍ରଥମ଼ ପର୍ଯ୍ୟାୟ କଟଅଫ୍‌ରେ ୪ ଲକ୍ଷ ୧୨ ହଜାର ୩୬୮ ଜଣ ଛାତ୍ରଛାତ୍ରୀ ମନୋନୀତ ହୋଇଛନ୍ତି। ଏଥର ଯୁକ୍ତ ପ୍ରଥମ ପର୍ଯ୍ୟାୟ କଟଅଫ୍‌ରେ ରେଭେନ୍ସା ବିଶ୍ୱ ବିଦ୍ୟାଳୟ ଆଗରେ ରହିଛି।

Related Articles

Back to top button