
ଭୁବନେଶ୍ବରରୁ ୪ ଓ ଖୋର୍ଦ୍ଧାରୁ ଜଣେ କରୋନା ଆକ୍ରାନ୍ତ ଟିହ୍ନଟ
ରାଜ୍ୟରେ ପାଞ୍ଚ କୋଭିଡ୍ ପଜିଟିଭ ରୋଗୀ ଚିହ୍ନଟ । ଭୁବନେଶ୍ବରରୁ ୪ ଓ ଖୋର୍ଦ୍ଧାରୁ ଜଣେ ଟିହ୍ନଟ । ଏମାନଙ୍କ ମଧ୍ଯରେ ୪ ଜଣ ପୁରୁଷ ଓ ଜଣେ ମହିଳା ପଜିଟିଭ୍ ଚିହ୍ନଟ ହୋଇଥିବା ସୂଚନା ରହିଛି। ତେବେ ଲକ୍ଷଣଯୁକ୍ତ ସମସ୍ତ ବ୍ୟକ୍ତିଙ୍କ ଆଣ୍ଟିଜେନ୍ ପରୀକ୍ଷାରୁ କୋଭିଡ୍ ହୋଇଥିବା ସ୍ପଷ୍ଟ ହୋଇଛି । ତେବେ ଆଣ୍ଟିଜେନ୍ କିଟ୍ କେତେ କାମ କରୁଛି, ତାହା ପରୀକ୍ଷା କରିବାକୁ ଆଣ୍ଟିଜେନ୍ କୀଟ୍କୁ ଭୁବନେଶ୍ୱର ସ୍ଥିତ RMRCକୁ ପଠାଯାଇଛି । ଲକ୍ଷଣ ଯୁକ୍ତ ବ୍ୟକ୍ତିଙ୍କର RTPCR ପରୀକ୍ଷା କରାଯିବ । RTPCR ରିପୋର୍ଟ ଆସିବା ପରେ ତାଙ୍କୁ କୋଭିଡ୍ ହୋଇଛି କି ନାହିଁ ସ୍ପଷ୍ଟ କରିବ ସ୍ଵାସ୍ଥ୍ୟ ବିଭାଗ ।
ଅନ୍ୟପଟେ ଦେଶରେ କୋଭିଡ ସ୍ଥିତିକୁ ନେଇ ଆଜି ସ୍ବାସ୍ଥ୍ଯ ମନ୍ତ୍ରଣାଳୟ ପକ୍ଷରୁ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ । କେନ୍ଦ୍ର ସ୍ୱାସ୍ଥ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ । ଭିଡିଓ କନଫରରେନ୍ସିଂରେ ସବୁ ରାଜ୍ୟର ଅଧିକାରୀ ସାମିଲ ହେବେ । ଦେଶରେ ବ୍ୟାପୁଥିବା ଦୁଇଟି ଭ୍ୟାରିଏଣ୍ଟରେ କେବଳ ଥଣ୍ଡା କାଶ ଲକ୍ଷଣ ଦେଖାଯାଉଛି । ରାଜ୍ୟରେ ଚିହ୍ନଟ ହୋଇଥିବା ଜଣେ ଆକ୍ରାନ୍ତଙ୍କ ସ୍ୱାସ୍ଥ୍ୟାବସ୍ଥା ଭଲ ରହିଛି । ଦେଶର ସ୍ଥିତିକୁ ଦେଖି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ସମ୍ପୂର୍ଣ୍ଣ ପ୍ରସ୍ତୁତ ରହିଛି ତେଣୁ ଭୟଭୀତ ନହେବାକୁ ରାଜ୍ୟବାସୀଙ୍କୁ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ପରାମର୍ଶ ଦେଇଛନ୍ତି ।