ବର୍ଷା ପ୍ରଭାବରେ ବାଲେଶ୍ୱର ଜିଲ୍ଲା, ଉତ୍ତର ଓଡିଶାରେ ବନ୍ୟା

ରାଜ୍ୟର ବନ୍ୟାସ୍ଥିତି ସମ୍ପର୍କରେ ଗଣମାଧ୍ୟମର ପ୍ରତିନିଧିମାନଙ୍କୁ ସୂଚନା ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ୍‌ କମିଶନର ଶ୍ରୀ ପ୍ରଦୀପ ଜେନା କହିଲେ ଯେ, ଲଘୁଚାପ ପ୍ରଭାବରେ ଉତ୍ତର ଓଡିଶାରେ ପ୍ରବଳ ବର୍ଷା ହୋଇଛି । ଝାଡଖଣ୍ଡର ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ଗାଲୁଡିହ ବ୍ୟାରେଜରୁ ୬ ଲକ୍ଷ କ୍ୟìସେକ୍‌ ପାଣି ଆସୁଛି । ଏହା ଫଳରେ ସୁବର୍ଣ୍ଣରେଖା ଅବବାହିକାରେ ବନ୍ୟା ଆସିଛି । ସେହିପରି ଶିମିଳିପାଳରେ ପ୍ରବଳ ବର୍ଷା ଯୋଗୁ ବୁଢାବଳଙ୍ଗ ନଦୀରେ ବନ୍ୟା ଆସିଛି । ବୈତରଣୀ ନଦୀରେ ଆଖୁଆପଦାଠାରେ ଜଳପତ୍ତନ ୧୮.୯୯ ମିଟର ରହିଥିବାବେଳେ ଏହା କ୍ରମଶଃ ବୃଦ୍ଧି ପାଉଛି । ସୁବର୍ଣ୍ଣରେଖା ଜାମଶୋଳାଘାଟଠାରେ ୫୩.୩୪ ମିଟର ଉଚ୍ଚରେ ରହିଛି । ଏହା କ୍ରମଶଃ ବୃଦ୍ଧି ପାଉଛି ।

ହୀରାକୁଦର ଜଳପତ୍ତନ ୬୨୧.୨୬ ଫୁଟ୍‌ ରହିଛି । ଜଳଭଣ୍ଡାରକୁ ପ୍ରତି ସେକେଣ୍ଡରେ ୧ ଲକ୍ଷ ୬୮ ହଜାର ୪୫୧ କ୍ୟìସେକ୍‌ ଜଳ ପ୍ରବେଶ କରୁଛି । ପ୍ରତି ସେକେଣ୍ଡରେ ଜଳଭଣ୍ଡାରରୁ ୧ ଲକ୍ଷ ୨ ହଜାର ୧୭୧ କ୍ୟìସେକ୍‌ ଜଳ ନିଷ୍କାସିତ ହେଉଛି । ଖଇରମାଳଠାରେ ୩ ଲକ୍ଷ ୬୫ ହଜାର କ୍ୟìସେକ୍‌ ଜଳ ପ୍ରବାହିତ ହେଉଛି । ବଡମୂଳଠାରେ ୫ ଲକ୍ଷ ୭୬ ହଜାର କ୍ୟìସେକ୍‌ ଜଳ ପ୍ରବାହିତ ହେଉଛି । ମୁଣ୍ଡଳିଠାରେ ୮ ଲକ୍ଷ ୬ ହଜାର କ୍ୟìସେକ୍‌ ଜଳ ପ୍ରବାହିତ ହେଉଛି । ମୁଣ୍ଡଳି ସମେତ ମହାନଦୀର ଜଳସ୍ତର ସବୁ ସ୍ଥାନରେ କ୍ରମଶଃ ହ ୍ରାସ ପାଉଛି ।

ମିଳିଥିବା ସୂଚନା ଅନୁଯାୟୀ ଏବେ ସୁଦ୍ଧା ୧୩ ଟି ଜିଲ୍ଲାର ୭୩ ଟି ବ୍ଲକ ୬୦୯ ଟି ଗ୍ରାମ ପଞ୍ଚାୟତ କ୍ଷତିଗ୍ରସ୍ତ ହୋଇଥିବାବେଳେ ଏଥିରେ ୨୨୩୮ ଟି ଗ୍ରାମ ପ୍ରଭାବିତ ହୋଇଛି । ରାଜ୍ୟର ୭୬୮ ଟି ଗ୍ରାମ ଜଳ ଘେରରେ ରହିଥିବାବେଳେ ୫ ଲକ୍ଷ ୪୫ ହଜାର ଲୋକ ଜଳବନ୍ଦୀ ଅବସ୍ଥାରେ ଅଛନ୍ତି ଏବଂ ପ୍ରାୟ ୭ ଲକ୍ଷ ୬୩ ହଜାର ଲୋକ ପ୍ରଭାବିତ ହୋଇଛନ୍ତି । ଏହି ସବୁ ଅଞ୍ଚଳରେ ୩୨୪ ଟି ରିଲିଫ୍‌ କେନ୍ଦ୍ରରେ ୧ ଲକ୍ଷ ୨୪ ହଜାର ଲୋକଙ୍କୁ ରନ୍ଧା ଖାଦ୍ୟ ଦିଆଯାଉଛି ।

Related Articles

Back to top button