![](https://abhigam.com/wp-content/uploads/2024/05/Screenshot_2024-05-20-20-34-59-11_680d03679600f7af0b4c700c6b270fe7.jpg)
ଦ୍ୱିତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜଧାନୀରେ ରୋଡ ସୋ’ କରିଛନ୍ତି
ଦ୍ୱିତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜଧାନୀରେ ରୋଡ ସୋ’ କରିଛନ୍ତି । ହଜାର ହଜାର ସମର୍ଥକଙ୍କ ଗହଣରେ ନବୀନ ପଟ୍ଟନାୟକ ରାଜଧାନୀର ପଳାଶପଲ୍ଲୀରୁ ରୋଡ ସୋ’ ଆରମ୍ଭ କରିଛନ୍ତି ।ଭୁବନେଶ୍ୱର ଲୋକସଭା ଆସନ ପାଇଁ ବିଜେଡି ପ୍ରାର୍ଥୀ ମନ୍ମଥ ରାଉତରାୟ ଓ ସ୍ଥାନୀୟ ବିଧାୟକ ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିଛନ୍ତି ନବୀନ ପଟ୍ଟନାୟକ ।
୨୦୧୯ ନିର୍ବାଚନ ଠାରୁ ୨୦୨୪ ନିର୍ବାଚନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବେଶ୍ ଆକ୍ସନମୋଡକୁ ଆସିଛନ୍ତି । ରାଜ୍ୟର ବିଭିନ୍ନ ଜିଲ୍ଲା ବୋଲି ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ ଭିକ୍ଷା କରୁଛନ୍ତି । ଜନସଭାକୁ ଉଦବୋଧନ ଦେଇ ତାଙ୍କ ସରକାରର ସଫଳ ଯୋଜନା ବାବଦରେ ଲୋକଙ୍କ ମତ ନେବା ସହ ସଭା ମଞ୍ଚରୁ ବିରୋଧୀଙ୍କୁ ଟାର୍ଗେଟ୍ କରିଛନ୍ତି ।