ପାଟ୍ରୋଲିଂ ସମୟରେ ଶିକାରୀଙ୍କ ଗୁଳିରେ ଜଣେ ଫରେଷ୍ଟ ଗାର୍ଡ ମୃତ

ପାଟ୍ରୋଲିଂ ବେଳେ ଶିକାରୀ ଗୁଳିରେ ଫରେଷ୍ଟ ଗାର୍ଡ ମୃତ। ଅନୁଗୁଳ ଜିଲ୍ଲା ହିନ୍ଦୋଳ ରେଞ୍ଜ କଇ ରିଜର୍ଭ ଫରେଷ୍ଟ ତଣ୍ଟିଚିରା ନିକଟରେ ଏଭଳି ଅଭାବନୀୟ ଘଟଣା ଘଟିଛି। ଗତକାଲି ରାତିରେ ପାଟ୍ରୋଲିଂ ସମୟରେ ଶିକାରୀଙ୍କ ଗୁଳିରେ ଜଣେ ଫରେଷ୍ଟ ଗାର୍ଡ ମୃତ୍ୟୁବରଣ କରିଛନ୍ତି। ମୃତକ ହିନ୍ଦୋଳ ରେଞ୍ଜରେ କାର୍ଯ୍ୟରତ ଫରେଷ୍ଟ ଗାର୍ଡ ପ୍ରହ୍ଲାଦ ପ୍ରଧାନ ବୋଲି ଜଣାପଡିଛି। ଗୁରୁତର ଅବସ୍ଥାରେ ତାଙ୍କୁ ଉଦ୍ଧାର କରାଯାଇ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ହେଲେ ଡାକ୍ତର ଚିକିତ୍ସାଧୀନ ଅବସ୍ଥାରେ ତାଙ୍କୁ ମୃତ ଘୋଷଣା କରିଛନ୍ତି। ସେପଟେ ଘଟଣାରେ ପୁଲିସ୍ ୪ ଶିକାରୀଙ୍କୁ ଅଟକ ରଖି ପଚରାଉଚରା କରୁଛି।

Related Articles

Back to top button