ସର୍ଭିକାଲ ଆଥ୍ରାଇଟିସ୍ ସମସ୍ୟାକୁ ନେଇ ଚିକତ୍ସା ପାଇଁ ମୁମ୍ବାଇ ଯିବେ ନବୀନ ପଟ୍ଟନାୟକ

ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବର୍ତ୍ତମାନର ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକ ଅସୁସ୍ଥ। ସର୍ଭିକାଲ ଆଥ୍ରାଇଟିସ୍ ସମସ୍ୟାକୁ ନେଇ ସେ ଚିକତ୍ସା ପାଇଁ ମୁମ୍ବାଇ ଯିବେ। ଜୁନ୍ ୨୨ରେ ସେ ମୁମ୍ବାଇ ଯିବେ। ମୁମ୍ବାଇର ପ୍ରଖ୍ୟାତ କୋକିଲା ବେନ୍ ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ସ୍ୱାସ୍ଥ୍ୟ ପରୀକ୍ଷା ଓ ଚିକିତ୍ସା କରାଇବେ। ଏ ନେଇ ନବୀନ ନିଜେ ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ସୂଚନା ଦେଇଛନ୍ତି।

ନବୀନ ତାଙ୍କ ପୋଷ୍ଟରେ ଲେଖିଛନ୍ତି ଯେ ସେ ସର୍ଭାଇକାଲ ଆର୍ଥ୍ରାଇଟିସ୍ର ଚିକିତ୍ସା ପାଇଁ ମୁମ୍ବାଇ ଯାଉଛନ୍ତି। ତାଙ୍କର ବ୍ୟକ୍ତିଗତ ଡାକ୍ତର ରମାକାନ୍ତ ପଣ୍ଡା ମୁମ୍ବାଇରେ ତାଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରିବେ। ସେ ପ୍ରଭୁ ଜଗନ୍ନାଥଙ୍କ ଆଶୀର୍ବାଦ ଏବଂ ଓଡ଼ିଆ ଭାଇଭଉଣୀଙ୍କ ଶୁଭେଚ୍ଛା ଓ ଆଶୀର୍ବାଦ କାମନା କରିଛନ୍ତି।ନବୀନ ଆହୁରି ଲେଖିଛନ୍ତି, “ମୁଁ ଶୀଘ୍ର ସୁସ୍ଥ ହୋଇ ଫେରି ଓଡ଼ିଶାର ସମସ୍ତଙ୍କ ସେବା ଜାରି ରଖିବାକୁ ଅପେକ୍ଷା କରିଛି।” ଏହି ପୋଷ୍ଟ ମାଧ୍ୟମରେ ସେ ନିଜର ସ୍ୱାସ୍ଥ୍ୟଗତ ଅବସ୍ଥା ସମ୍ପର୍କରେ ସ୍ପଷ୍ଟ ସୂଚନା ଦେବା ସହ ଜନସାଧାରଣଙ୍କ ଆଶୀର୍ବାଦ ମାଗିଛନ୍ତି।

Related Articles

Back to top button