୨୦୨୨ ମସିହା ପାଇଁ ଗାୟତ୍ରୀବାଳା ପଣ୍ଡା ପାଇବେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର

ଭୁବନେଶ୍ବର : ବିଶିଷ୍ଟ ସାହିତ୍ୟିକା ଗାୟତ୍ରୀବାଳା ପଣ୍ଡା ୨୦୨୨ ମସିହା ପାଇଁ କେନ୍ଦ୍ର ସାହିତ୍ୟ ଏକାଡ଼େମୀ ପୁରସ୍କାର ପାଇବା ପାଇଁ ମନୋନୀତ ହୋଇଛନ୍ତି । ତାଙ୍କ ରଚିତ କବିତା ସଙ୍କଳନ ‘ଦୟାନଦୀ’ ପାଇଁ ସେ ଏହି ପୁରସ୍କାର ପାଇବେ ବୋଲି ଘୋଷଣା କରାଯାଇଛି । କେନ୍ଦ୍ର ସାହିତ୍ୟ ଏକାଡ଼େମୀ ପକ୍ଷରୁ ଏକ ସ୍ୱତନ୍ତ୍ର ଉତ୍ସବରେ,ପୁରସ୍କାର ସ୍ୱରୂପ ୧ ଲକ୍ଷ ଟଙ୍କାର ଅର୍ଥରାଶି ଓ ତାମ୍ର ଫଳକ ତାଙ୍କୁ ପ୍ରଦାନ କରାଯିବ। ପକ୍ଷୀଘର ପ୍ରକାଶନ ସଂସ୍ଥା ଦ୍ୱାରା ପ୍ରକାଶିତ ୬୪ଟି କବିତାର ସମାହାର ‘ଦୟାନଦୀ’ କବିତା ସଙ୍କଳନଟି କଳିଙ୍ଗ ଯୁଦ୍ଧ ଉପରେ ଆଧାରିତ ।

କେନ୍ଦ୍ର ସାହିତ୍ୟ ଏକାଡ଼େମୀ ପୁରସ୍କାର ପାଇବା ପୂର୍ବରୁ ଗାୟତ୍ରୀବାଳା ୨୦୧୧ରେ କବିତା ସଂକଳନ “ଗାଁ” ପାଇଁ ପ୍ରଥମ କେନ୍ଦ୍ର ସାହିତ୍ୟ ଏକାଡ଼େମୀ ଯୁବ ପୁରସ୍କାର ପାଇଥିଲେ । ଏହାବ୍ୟତୀତ ସେ ରାଜ୍ୟ ଯୁବ ପୁରସ୍କାର, ରାଜୀବ ଗାନ୍ଧୀ ସଦ୍ଭାବନା ପୁରସ୍କାର, ଉକ୍ରଳ ସାହିତ୍ୟ ସମାଜ ଯୁବ ସାହିତି୍ୟକ ସମ୍ମାନ, ଶାରଳା କାବ୍ୟ ସମ୍ମାନ, କାଦମ୍ବିନୀ କବିତା ସମ୍ମାନ, ଫକୀର ମୋହନ ସାହିତ୍ୟ ସମ୍ମାନ, ବସନ୍ତ ମୁଦୁଲି କବିତା ସମ୍ମାନ, ମନ୍ଥନ ଯୁବ କବି ସମ୍ମାନ, ଲେଖାଲେଖି ଯୁବ କବି ସମ୍ମାନ, ଟାଇମ୍ ପାସ୍ ସ୍ୱୟଂଶ୍ରୀ ସମ୍ମାନ, ତାଳପଦେଶ୍ୱରୀ ସାରସ୍ୱତ ସମ୍ମାନ, ଇସ୍ତାହାର କବିତା ସମ୍ମାନ, ଦୀପକ ମିଶ୍ର କବିତା ସମ୍ମାନ, “ରାଇଟର୍ସ-ଇନ୍-ରେସିଡେନ୍ସ” ଆଟ୍ ରାଷ୍ଟ୍ରପତି ଭବନ-୨୦୧୫, ରାଜ୍ୟ ଦୁର୍ନୀତି ନିବାରଣ ବିଭାଗ, ରାଜ୍ୟ ସରକାରଙ୍କ ପକ୍ଷରୁ ଦୁର୍ନୀତି ନିବାରଣ ଉପରେ ରଚିତ ପ୍ରବନ୍ଧ ପାଇଁ ପୁରସ୍କୃତ ହୋଇସାରିଛନ୍ତି ।

Related Articles

Back to top button