ନବଦମ୍ପତିଙ୍କୁ ବିବାହ ଉପହାର ଦେବେ ରାଜ୍ୟ ସରକାର

ଭୁବନେଶ୍ବର: ଓଡ଼ିଶାରେ ନୂଆ ବିବାହ କରିବାକୁ ଯାଉଥିବା ଯୋଡ଼ିଙ୍କୁ ନବଦମ୍ପତି ବିବାହ ଉପହାର ପ୍ରଦାନ କରାଯିବ। ସ୍ୱାସ୍ଥ୍ୟ ବିଭାଗର ଏନଆରଏଚଏମ୍ ତରଫରୁ ଦିଆଯିବ “ନବଦମ୍ପତି ଗିଫ୍ଟ”। ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ନିର୍ଦେଶକ ବିଜୟ ପାଣିଗ୍ରାହୀ ଓ ଏନଆରଏଚଏମ୍ ନିର୍ଦେଶିକା ଶାଲୀନି ପଣ୍ଡିତ ସୂଚନା ଦେଇଛନ୍ତି।

ନବଦମ୍ପତିମାନଙ୍କ ମଧ୍ୟରେ ସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ବିବାହ ଉପହାର ଯୋଜନା ଆରମ୍ଭ କରାଯାଉଛି। ନବଦମ୍ପତିମାନେ ବିଳମ୍ବରେ ପ୍ରଥମ ସନ୍ତାନ ଓ ଦ୍ବିତୀୟ ସନ୍ତାନ ଲାଗି ଅତିକମରେ ୩ ବର୍ଷର ବ୍ୟବଧାନ ରଖନ୍ତୁ। ଏହାକୁ ଆଖି ଆଗରେ ରଖି ଏହି ଗିଫ୍ଟରେ କିଛି ପରିବାର କଲ୍ୟାଣ ପୁସ୍ତିକା, ନେଲ କଟର , ଆଇନା, ପାନିଆ, ଟିକିଲି, ରୁମାଲ, ତଉଲିଆ, କଣ୍ଡୋମ ଓରାଲ କଣ୍ଟ୍ରାସେପଟିକ ପିଲସ, ପ୍ରେଗନେନ୍ସି ଟେଷ୍ଟିଂ କିଟ, ଏମରଜେନ୍ସି କଣ୍ଟ୍ରାସେପ୍ଟିକ ପିଲସ ଓ ବିବାହ ପଞ୍ଜିକରଣ ଫର୍ମ ଇତ୍ୟାଦି ନବଦମ୍ପତିମାନଙ୍କୁ ପ୍ରଦାନ କରାଯିବ।

ତେବେ ଏହି ଉପହାରରେ ଶଙ୍ଖା, ସିନ୍ଦୂର ଇତ୍ୟାଦିକୁ ବାଦ୍ ଦିଆଯାଇଛି। ଏହି ଯୋଜନା ଉଭୟ ସହର ଓ ଗ୍ରାମରେ କାର୍ଯ୍ୟକାରୀ ହେବ। ପ୍ରଥମ ରାଜ୍ୟ ଭାବେ ଓଡ଼ିଶାରେ ନବଦମ୍ପତିଙ୍କୁ ବିବାହ ଉପହାର ଯୋଜନା ଆରମ୍ଭ ହେଉଛି। ନବ ଦମ୍ପତିଙ୍କ ପାଇଁ ଏହି ଯୋଜନା ଚଳିତ ବର୍ଷ ସେପ୍ଟେମ୍ବର ମାସରୁ ଲାଗୁ କରାଯିବ।

Related Articles

Back to top button