ବ୍ୟକ୍ତିଗତ ଶତ୍ରୁତା କାରଣରୁ ନବ ଦାସଙ୍କୁ ହତ୍ୟା !
ଝାରସୁଗୁଡା : ଝାରସୁଗୁଡା କୋର୍ଟରେ ନବଦାସ ହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚ ଚାର୍ଜସିଟ୍ ଦାଖଲ କରିଛି । ହତ୍ୟା ପାଇଁ ବ୍ୟକ୍ତିଗତ କାରଣକୁ ଦାୟୀ କରାଯାଇଛି । କ୍ରାଇମବ୍ରାଞ୍ଚ ଦାଖଲ କରିଥିବା ଚାର୍ଜସିଟରେ ଉଲ୍ଲେଖ ରହିଛି । ଝାରସୁଗୁଡା ଜେଏମଏଫସି କୋର୍ଟରେ ଚାର୍ଜସିଟ ଦାଖଲ କରିଛି କ୍ରାଇମବ୍ରାଞ୍ଚ ଟିମ୍ ।
୩୦୨, ୩୦୭ ଆଇପିସି ୨୭ (୧) ଆର୍ମ୍ସ ଆକ୍ଟରେ ତଦନ୍ତ ହୋଇ ଚାର୍ଜସିଟ୍ ପ୍ରସ୍ତୁତ ହୋଇଛି । ସମସ୍ତ ପ୍ରକାର ତଥ୍ୟ ସଂଗ୍ରହ ସହ ପ୍ରତ୍ୟକ୍ଷଦର୍ଶୀଙ୍କ ବୟାନ ଆଧାରରେ ଏହି ରିପୋର୍ଟ ପ୍ରସ୍ତୁତ ହୋଇଥିବାରୁ ଅଭିଯୁକ୍ତ ଗୋପାଳ ଦାସଙ୍କ ବିରୋଧରେ ଏହା ଦୃଢ ପ୍ରମାଣ ବୋଲି କୁହାଯାଉଛି । ଗତ ଜାନୁଆରୀ ୨୯ରେ ମନ୍ତ୍ରୀ ନବ ଦାସଙ୍କୁ ଗୁଳି କରି ହତ୍ୟା କରାଯାଇଥିଲା । ପୋଲିସ ଏଏସଆଇ ଗୋପାଳ ଦାସ ପୂର୍ବତନ ମନ୍ତ୍ରୀ ନବ ଦାସଙ୍କୁ ଗୁଳି କରି ହତ୍ୟା କରିଥିଲେ ।