
ଗୋପାଳପୁର ଦୁଷ୍କର୍ମ ଘଟଣାରେ ଅଭିଯୁକ୍ତଙ୍କୁ ରିମାଣ୍ଡ ସହ ଟିଆଇ ପରେଡ୍ ପାଇଁ କ୍ରାଇମବ୍ରାଞ୍ଚର ଆବେଦନ
ଗୋପାଳପୁର ଲଜ୍ଜା , ଅଭିଯୁକ୍ତଙ୍କୁ ରିମାଣ୍ଡରେ ନେବାକୁ ଆବେଦନ । ରିମାଣ୍ଡ ସହ ଟିଆଇ ପରେଡ୍ ପାଇଁ କ୍ରାଇମବ୍ରାଞ୍ଚର ଆବେଦନ । ବ୍ରହ୍ମପୁର ଏସ୍ଡିଜେଏମ୍ ରୁରାଲ କୋର୍ଟରେ ଆବେଦନ ।ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ଗିରଫ ହୋଇଥିବା ୧୦ ଅଭିଯୁକ୍ତଙ୍କର ଡିଏନଏ ପରୀକ୍ଷା ହେବ। ଏଥିପାଇଁ ଗୁରୁବାର ସେମାନଙ୍କର ନମୁନା ସଂଗ୍ରହ କରାଯାଇଥିବା ସୂଚନା ମିଳିଛି। ବର୍ତ୍ତମାନ କ୍ରାଇମବ୍ରାଞ୍ଚ ଏହି ମାମଲାର ତଦନ୍ତ କରୁଛି।
ଗତ ୧୫ ତାରିଖ ଅପରାହ୍ନରେ ବ୍ରହ୍ମପୁରର ଏକ ଶିକ୍ଷାନୁଷ୍ଠାନରେ ଅଧ୍ୟୟନରତ ଜଣେ ଛାତ୍ରୀ ନିଜ ପୁରୁଷବନ୍ଧୁଙ୍କ ସହ ଗୋପାଳପୁର ବୁଲିବାକୁ ଆସିଥିବା ସମୟରେ ଗଣଦୁଷ୍କର୍ମର ଶିକାର ହୋଇଥିଲେ। ବିଡିଏ ଅଧୀନରେ ରହିଥିବା କାଠ ପୋଲ ବୁଲିବାକୁ ଯାଇଥିବାବେଳେ ପ୍ରାୟ ସନ୍ଧ୍ୟା ୭ଟା ବେଳେ ହିଞ୍ଜିଳିକାଟୁ ସମେତ ଅନ୍ୟାନ୍ୟ ଅଞ୍ଚଳର ୧୦ ଜଣ ଯୁବକ ୩ଟି ମୋଟରସାଇକେଲରେ ଆସି ଛାତ୍ରୀଙ୍କୁ ଅସଦାଚରଣ କରିଥିଲେ। ପୁରୁଷବନ୍ଧୁ ସେମାନଙ୍କୁ ପ୍ରତିବାଦ କରିବାରୁ ଅଭିଯୁକ୍ତମାନେ ତାଙ୍କୁ ମାଡ଼ ମାରି ବାନ୍ଧିଦେବା ସହିତ ଯୁବତୀଙ୍କୁ ଦୁଷ୍କର୍ମ କରିଥିଲେ। ସେହିଦିନ ରାତି ୧୧ଟାରେ ପୀଡ଼ିତା ଯୁବତୀ ଥାନାରେ ପହଞ୍ଚି ଅଭିଯୋଗ କରିଥିଲେ । ଏହା ପରେ ପୁଲିସ ଅଭିଯୁକ୍ତମାନଙ୍କୁ ଗିରଫ କରିଥିଲା।