ଗୋପାଳପୁର ଯୁବତୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ନିଜ ଆଡୁ ମାମଲା ରୁଜୁ କରିଛନ୍ତି ଜାତୀୟ ମହିଳା କମିଶନ

ଗୋପାଳପୁର ବେଳାଭୂମିରେ ଯୁବତୀଙ୍କୁ ଗଣଦୁଷ୍କର୍ମ ମାମଲାରେ ନିଜଆଡ଼ୁ ହସ୍ତକ୍ଷେପ କରିଛନ୍ତି ଜାତୀୟ ମହିଳା କମିଶନ। ଘଟଣା ନେଇ ଉଦ୍‌ବେଗ୍‌ ପ୍ରକାଶ କରିବାସହ ନିଜ ଆଡୁ ମାମଲା ରୁଜୁ କରିଛନ୍ତି କମିଶନ। ଜାତୀୟ ମହିଳା କମିଶନ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ରାଜ୍ୟ ପୁଲିସ ମହାନିର୍ଦ୍ଦେଶକଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ମାମଲା ସହ ଜଡ଼ିତ ଅନ୍ୟ ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ ଦାବି ସହ ପୀଡିତାଙ୍କୁ ନିର୍ଦ୍ଧାରିତ ସମୟରେ ନ୍ୟାୟ ଦିଆଯାଉ। ମାଗଣା ଚିକିତ୍ସା ଓ ମାନସିକ ସହଯୋଗ କରାଯାଉ। ଆଇନ ଅନୁଯାୟୀ କ୍ଷତିପୂରଣ ସୁନିଶ୍ଚିତ କରିବାସହ ଆଗାମୀ ୩ ଦିନ ଭିତରେ କାର୍ଯ୍ୟାନୁଷ୍ଠାନର ରିପୋର୍ଟ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି କମିଶନ।

Related Articles

Back to top button