ପୋଲସରାରେ ଖୋଲିବ ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନ

ଭୁବନେଶ୍ବର: ଗଞ୍ଜାମ ଜିଲା ପୋଲସରାରେ ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନ(ଆଇଟିଆଇ) ଖୋଲିବା ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି। ଏହା ଫଳରେ ଗଞ୍ଜାମ ଜିଲାରେ ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନ ସଂଖ୍ୟା ୬ରେ ପହଞ୍ଚିଲା । ପୂର୍ବରୁ ଛତ୍ରପୁର, ପୁରୁଷୋତ୍ତମପୁର, ବ୍ରହ୍ମପୁର, ଶେରଗଡ ଓ ହିଞ୍ଜିଳିକାଟୁରେ ଗୋଟିଏ ଲେଖାଏ ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନ କାର୍ଯ୍ୟ କରୁଛି। ପୋଲସରାରେ ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନ(ଆଇଟିଆଇ) ଖୋଲିବା ଦ୍ବାରା ସେ ଅଞ୍ଚଳର ଜନସାଧାରଣ ବହୁ ଦିନର ଦାବୀ ପୂରଣ ହୋଇପାରିଛି।

Related Articles

Back to top button