
ଆସିଲା ଶ୍ରୀମନ୍ଦିର ରତ୍ନଭଣ୍ଡାର ଜିପିଆର୍-ଜିପିଏସ୍ ସର୍ଭେ ରିପୋର୍ଟ
ଆସିଲା ଶ୍ରୀମନ୍ଦିର ରତ୍ନଭଣ୍ଡାର ଜିପିଆର୍-ଜିପିଏସ୍ ସର୍ଭେ ରିପୋର୍ଟ । ଏହି ରିପୋର୍ଟ ଶ୍ରୀମନ୍ଦିର ପ୍ରଶାସନର ହସ୍ତଗତ ହୋଇଥିବା ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ । କହିରଖୁଛୁ ଏଏସଆଇ ପକ୍ଷରୁ ହାଇଦ୍ରାବାଦ ଏନଜିଆରଆଇ ସହାୟତାରେ ସର୍ଭେ ହୋଇଥିଲା ।‘ଶ୍ରୀମନ୍ଦିର ପ୍ରଶାସନ ସର୍ବଦା ଯତ୍ନବାନ ରହିଛି । ବୈଷୟିକ ରିପୋର୍ଟ ହସ୍ତଗତ ହୋଇସାରିଥିବାରୁ ତୁରନ୍ତ ରତ୍ନଭଣ୍ଡାର ମରାମତି, ରକ୍ଷଣାବେକ୍ଷଣ ତଥା ସଂରକ୍ଷଣ କାର୍ଯ୍ୟ ହାତକୁ ନେବାକୁ ଏଏସଆଇ କର୍ତ୍ତୃପକ୍ଷଙ୍କୁ ଅନୁରୋଧ କରିଛନ୍ତି ଶ୍ରୀ ପାଢ଼ୀ ।’ ଏହି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟରେ ଶ୍ରୀମନ୍ଦିର ପ୍ରଶାସନ ସମସ୍ତ ସହଯୋଗ କରିବ ବୋଲି ସେ କହିଛନ୍ତି ।