ଝାରସୁଗୁଡ଼ାରେ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ଶେଷକୃତ୍ୟ ସମ୍ପନ୍ନ

ଝାରସୁଗୁଡ଼ା: ପଞ୍ଚଭୂତରେ ବିଲୀନ ହେଲେ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ। ଝାରସୁଗୁଡ଼ା ଖେରୁଆଲ ଶ୍ମଶାନରେ ସ୍ବାସ୍ଥ୍ୟ ମନ୍ତ୍ରୀ ଦାସଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ରାଷ୍ଟ୍ରୀୟ ମର୍ଯ୍ୟାଦାର ତାଙ୍କୁ ଅନ୍ତିମ ବିଦାୟ ଦିଆଯାଇଛି। ସନ୍ଧ୍ୟା ୫ଟାରେ ପୁଅ ବିଶାଳ ମୁଖାଗ୍ନି ଦେଇଥିଲେ। ଏହି ସମୟରେ ସେଠାରେ ଶୋକାକୂଳ ପରିବେଶ ସୃଷ୍ଟି ହୋଇଥିଲା। ସମର୍ଥକ ଓ ଶୁଭେଚ୍ଛୁ ତାଙ୍କୁ ଅଶ୍ରୁଳ ବିଦାୟ ଦେଇଥିଲେ।

ଅନ୍ତିମ ସଂସ୍କାର ପୂର୍ବରୁ ହଜାର ହଜାର ସମର୍ଥକ ଓ ଶୁଭେଚ୍ଛୁଙ୍କ ଉପସ୍ଥିତିରେ ପୋଲିସ ପ୍ରଶାସନ ପକ୍ଷରୁ ତାଙ୍କୁ ଗାର୍ଡ ଅଫ୍‌ ଅନର ଦିଆଯାଇଥିଲା। ମନ୍ତ୍ରୀଙ୍କ ଶେଷ ଦର୍ଶନ ପାଇଁ ଖେରୁଆଲ ଶ୍ମଶାନ ଲୋକାରଣ୍ୟ ହୋଇପଡିଥିଲା। ବିଧାୟକ, ମନ୍ତ୍ରୀ ଓ ବରିଷ୍ଠ ନେତା, କର୍ମୀ ଶେଷଯାତ୍ରାରେ ସାମିଲ ହୋଇ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ। ନବ ଦାସ ଅମର ରହେ ଏବଂ ଦୋଷୀଙ୍କୁ ଫାଶୀ ଦିଆଯାଉ ବୋଲି ସମର୍ଥକଙ୍କ ନାରାରେ ଅଞ୍ଚଳ ପ୍ରକମ୍ପିତ ହୋଇଉଠିଥିଲା। ଏହି ଅବସରରେ ରାଜ୍ୟ ସରକାରଙ୍କ ମନ୍ତ୍ରୀ, ବିଧାୟକଙ୍କ ସହ ବିଭିନ୍ନ ଦଳର ନେତୃବୃନ୍ଦ ଉପସ୍ଥିତ ରହିଥିଲେ। ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ମଧ୍ୟ ଅନ୍ତିମ ଯାତ୍ରାରେ ସାମିଲ ହୋଇଥିଲେ।

Related Articles

Back to top button