ଟିକା ନେଇଥିଲେ ବି ମାସ୍କ ପିନ୍ଧନ୍ତୁ, ଭିଡ ସ୍ଥାନକୁ ଯାଆନ୍ତୁ ନାହିଁ: ସ୍ବାସ୍ଥ୍ୟ ନିର୍ଦ୍ଦେଶକ

ରାଜ୍ୟରେ ଏବେ କୋଭିଡ୍ ସଂକ୍ରମଣ ଧୀରେ ଧୀରେ ବଢୁଛି । ଭୟଙ୍କର ସ୍ଥିତି ନାହିଁ ବୋଲି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର କହିଛନ୍ତି । ସେ ଆହୁରି କହିଛନ୍ତି, ନିଜର ସୁରକ୍ଷା ନିଜେ ନିଅନ୍ତୁ । ଭିଡ଼ ସ୍ଥାନକୁ ଯାଆନ୍ତୁ ନାହିଁ । ଭିଡ ସ୍ଥାନକୁ ଯାଉଥିଲେ ମାସ୍କ ପିନ୍ଧନ୍ତୁ । ଟିକା ନେଇଥିଲେ ବି ମାସ୍କ ପିନ୍ଧନ୍ତୁ । ତାହେଲେ ଆପଣ ସୁରକ୍ଷିତ ରହିବେ । ବର୍ତ୍ତମାନ କୋଭଡ୍‌କୁ ନିୟନ୍ତ୍ରଣ କରିବାକୁ ପୁରୁଣା ଷ୍ଟ୍ରାଟେଜି ଆପଣେଇଛୁ । ଟିକାକରଣ ସହ ସର୍ଭେଲାନ୍ସକୁ ଜୋରଦାର କରାଯାଇଛି ।

ଜୁନ୍ ୨୧ଠାରୁ ଇଣ୍ଟିଗ୍ରେଟେଡ଼ ସର୍ଭେଲାନ୍ସ ଆରମ୍ଭ ହେବ । ଏଥିରେ ଘର ଘର ବୁଲି ରୋଗୀଙ୍କୁ ଚିହ୍ନଟ କରାଯିବ ।  ଚିହ୍ନଟ ରୋଗୀଙ୍କୁ ଆଇସୋଲେସନ କରାଯାଇ ଚିକିତ୍ସା କରାଯିବ । ଲ୍ୟାବ୍ ଟେଷ୍ଟ, ଆରଆରଟି, ସର୍ଭେଲାନ୍ସ ଆଦିରେ ଆବଶ୍ୟକ ମାନବ ସମ୍ବଳ ବଢାଇବାକୁ ସବୁ ମେଡିକାଲ କଲେଜକୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ସ୍ବାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି ।

Related Articles

Back to top button