ଆହୁରି ୪ ଦିନ ପ୍ରବଳ ବର୍ଷା : କିଛି ସ୍ଥାନରେ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ବହିପାରେ ପବନ

ଦକ୍ଷିଣପଶ୍ଚିମ ବିହାର ଓ ସଂଲଗ୍ନବର୍ତ୍ତୀ ପୂର୍ବ ଉତ୍ତରପ୍ରଦେଶ ଉପରେ ସୁଦୃଶ୍ୟ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି । ଏହା କ୍ରମଶଃ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଦକ୍ଷିଣପଶ୍ଚିମ ବିହାର ଓ ପୂର୍ବ ଉତ୍ତରପ୍ରଦେଶ ଆଡ଼କୁ ଗତି କରିବ । ଏହାର ପ୍ରଭାବରେ ରାଜ୍ୟରେ ଆହୁରି ୪ ଦିନ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହାସହ କିଛି ସ୍ଥାନରେ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବା ସହ ବିଜୁଳି, ଘଡ଼ଘଡ଼ି ପାଇଁ ୨୩ ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।

ଆସନ୍ତାକାଲି ଗୁରୁବାର ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ବାଲେଶ୍ୱର, ଭଦ୍ରକ, ଗଞ୍ଜାମ, ଗଜପତି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହ ୩୦ରୁ ୪୦ କିମି ବେଗରେ ପବନ ବହିପାରେ ବୋଲି ଅନୁମାନ କରାଯାଉଛି । ଏହାସହ ଆସନ୍ତା ୪ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବିଜୁଳି ଘଡଘଡି ପାଇଁ ସତର୍କ ସୂଚନା ଜାରି କରାଯାଇଛି।

Related Articles

Back to top button