୩୧ ଯାଏଁ ରାଜ୍ୟରରେ ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା

ଲଘୁଚାପ କ୍ଷେତ୍ର ସୃଷ୍ଟି ଯୋଗୁଁ ୩୧ ଯାଏଁ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଥିବା ନେଇ ଶନିବାର ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ରବିବାର ପାଇଁ ୫ ଜିଲାରେ ପାଣିପାଗ ବିଭାଗ ପକ୍ଷରୁ ହଳଦିଆ ସତର୍କ ସୂଚନା ଜାରି କରାଯାଇଛି । ବରଗଡ, ଝାରସୁଗୁଡା, ସୁନ୍ଦରଗଡ, ନୂଆପଡା ଓ ନବରଙ୍ଗପୁରରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହାସହ ତଳିଆ ଅଞ୍ଚଳରେ ପାଣି ଜମିବା ଆଶଙ୍କା ମଧ୍ୟ ରହିଛି । ସତର୍କ ରହିବାକୁ ସ୍ୱତନ୍ତ୍ର ରିଲିଫ୍‌ କମିଶନର ସତ୍ୟବ୍ରତ ସାହୁ ପରାମର୍ଶ ଦେଇଛନ୍ତି ।ସୂଚନା ଯୋଗ୍ୟ,ଉତ୍ତର ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ଉପକୂଳ ବାଂଲାଦେଶ, ଗାଙ୍ଗୀୟ ପଶ୍ଚିମବଙ୍ଗ ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ସମ୍ପୃକ୍ତ ଲଘୁଚାପ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଅଗ୍ରସର ହୋଇ ଆସନ୍ତା ଦୁଇଦିନ ମଧ୍ୟରେ ଗାଙ୍ଗୀୟ ପଶ୍ଚିମବଙ୍ଗ ଏବଂ ଝାଡ଼ଖଣ୍ଡ ଆଡ଼କୁ ମୁହାଁଇବ। ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଅନୁସାରେ, ସମ୍ପୃକ୍ତ ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ; କିନ୍ତୁ ଉତ୍ତର ଓଡ଼ିଶାର କିଛି ଅଞ୍ଚଳରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।

Related Articles

Back to top button