୨୪ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା

ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗରେ ୨୨ରେ ଲଘୁଚାପ ସୃଷ୍ଟିର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆସନ୍ତା ୨୨ ତାରିଖରୁ ୨୪ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ଆଂଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ବିଶେଷକରି ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର ଓ ଯାଜପୁରରେ ପ୍ରବଳ ବର୍ଷା ହୋଇପାରେ । ଏହାସହ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦେବଗଡ଼, ଅନୁଗୁଳ ଓ ଢେଙ୍କାନାଳରେ କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ହେବା ସହିତ କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ।

Related Articles

Back to top button