୧୮ ଯାଏଁ ପ୍ରବଳ ବର୍ଷା

ପୂର୍ବ ବାଂଲାଦେଶ ଏବଂ ସେହି ଅଞ୍ଚଳକୁ ଲାଗି ରହିଥିବା ଅନ୍ୟ ଅଞ୍ଚଳ ଉପରେ ଥିବା ଘୂର୍ଣ୍ଣିବଳୟ ଆଜି ଦକ୍ଷିଣ ବାଂଲାଦେଶ ଏବଂ ତାର ଚର୍ତୁପାଶ୍ୱର୍ ଅଞ୍ଚଳରେ ରହିଛି । ବାଂଲାଦେଶରେ ହେଉ ଥିବା ଘୂର୍ଣ୍ଣିବଳୟ ସହ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ରହିଥିବା ଘୂର୍ଣ୍ଣିବଳୟ ମିଶି ଯାଇଛି । ତେବେ ଏହାର ପ୍ରଭାବରେ ରାଜ୍ୟର କେତେକ ଜିଲ୍ଲାରେ ବର୍ଷା ହୋଇପାରେ । ଆଜି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୁରଭଞ୍ଜ, ଅନୁଗୁଳ ଓ ଢେଙ୍କାନାଳ ଆଦି ଜିଲ୍ଲାର କେତେକ ଅଞ୍ଚଳରେ ବିଜୁଳି ଏବଂ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ଏନେଇ ଆଞ୍ଚଳିକ ପାଣି ପାଗ ଏହିସବୁ ଜିଲ୍ଲାକୁ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଙ୍ଗ ଜାରି କରା ଯାଇଛି । ଆସନ୍ତା କାଲି ଝାରସୁଗୁଡ଼ା, ସମ୍ବଲପୁର, ଅନୁଗୁଳ, କେନ୍ଦୁଝର ଓ ମୟୁରଭଞ୍ଜ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆକଳନ କରାଯାଇ ଥିବାରୁ ଏହି ସବୁ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି । ଏହା ସହିତ ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ଢେଙ୍କାନାଳ, ସୁନ୍ଦରଗଡ଼, ଦେବଗଡ଼, ବରଗଡ଼, ସୁବର୍ଣ୍ଣପୁର, ବୌଦ୍ଧ ଓ ବଲାଙ୍ଗୀର ଜିଲ୍ଲାରେ ମଧ୍ୟ ଏହାର ପ୍ରଭାବରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଶେଷଜ୍ଞ କହିଛନ୍ତି ।

Related Articles

Back to top button