କଟକ ଓ ଭୁବନେଶ୍ୱରରେ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି

ଆସନ୍ତାକାଲି ଟ୍ୱିନସିଟି କଟକ ଓ ଭୁବନେଶ୍ୱରରେ ପ୍ରବଳ ବର୍ଷା ହେବା ନେଇ ସତର୍କ ସୂଚନା ଜାରି କଲା ଆଞ୍ଚଳିକ ପାଣିପାଗ ବିଭାଗ । ଏହା ବ୍ୟତିତ ଖୋର୍ଦ୍ଧା, କଟକ ସହିତ ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଉପକୂଳ, ଉତ୍ତର ଓ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ଚସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ଆଗାମୀ ୫ ଦିନ ଧରି ରାଜ୍ୟର ବିଭିିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ଏହା ବ୍ୟତିତ ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବା ନେଇ ପାଣିପାଗ ବିଭାଗ ଆକଳନ କରିଛି ।

Related Articles

Back to top button