ରାଜ୍ୟରେ ୫ ଦିନ ପ୍ରବଳ ବର୍ଷା ସମ୍ଭାବନା: ସତର୍କ ସୂଚନା ଜାରି

ସମୁଦ୍ର ପତ୍ତନଠାରୁ ୧.୫କିମି ଓ ୫.୮ କିମି ମଧ୍ୟରେ ଗୋଟିଏ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ରାଜ୍ୟରେ ୫ ଦିନ ଧରି କେତେକ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି) ସତର୍କ ସୂଚନା ଜାରି କରିଛି।

ଗୁରୁବାର ସକାଳ ୮ଟା ସୁଦ୍ଧା କନ୍ଧମାଳ, ଗଞ୍ଜାମ, ନୟାଗଡ଼ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଅନୁଗୋଳ, କଟକ, ଢେଙ୍କାନାଳ ଓ ଖୋର୍ଦ୍ଧା ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବା ସମ୍ଭାବନା ଥିବାରୁ  ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଏହାସହ ବଜ୍ରପାତ ଓ ଘଡ଼ଘଡ଼ି ମାରିବାର ସମ୍ଭାବନା ରହିଛି।

୨୩ ତାରିଖ ସକାଳ ୮ରୁ ୨୪ ତାରିଖ ସକାଳ ସାଢ଼େ ୮ଟା ମଧ୍ୟରେ ବରଗଡ଼ ସମ୍ବଲପୁର, ଝାରସୁଗଡ଼ା, ସୁନ୍ଦରଗଡ଼ ଦେବଗଡ଼, ଅନୁଗୋଳ,କେନ୍ଦୁଝର, ଢେଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ ଜିଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି ଓ ବଲାଙ୍ଗୀର ପାଇଁ ମଧ୍ୟ ସତର୍କ ସୂଚନା ଜାରି କରାଯାଇଛି।

Related Articles

Back to top button