
ରାଜ୍ୟରେ ଗୁରୁବାର ଠାରୁ ୫ ଦିନ ଯାଏଁ ପ୍ରବଳ ବର୍ଷା
ରାଜ୍ୟରେ ଗୁରୁବାର ଠାରୁ ୫ ଦିନ ଯାଏଁ ପ୍ରବଳ ବର୍ଷିବ । ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷିବ । ଅତି ପ୍ରବଳ ବର୍ଷା ନେଇ କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରିକରାଯାଇଛି । ଏନେଇ ଭୁବନେଶ୍ବର ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତିଙ୍କ ପକ୍ଷରୁ ସୂଚନା ମିଳିଛି ।ସେହିପରି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୮ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବାଲେଶ୍ବର, ଭଦ୍ରକ, ସୁନ୍ଦରଗଡ଼, କଟକ, ଯାଜପୁର, କେନ୍ଦ୍ରାପଡ଼ା ଜଗତସିଂହପୁର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ପାଞ୍ଚ ଦିନ ମଧ୍ୟରେ ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବାକୁ ବାରଣ କରାଯାଇଛି ।