OHRDC ଦୁର୍ନୀତି ମାମଲାରେ ମହମ୍ମଦ ମୋକିମଙ୍କ ଆବେଦନକୁ ଖାରଜ କଲେ ହାଇକୋର୍ଟ

ମୋହମ୍ମଦ ମୋକିମଙ୍କୁ ହାଇକୋର୍ଟଙ୍କ ବଡ଼ ଝଟକା । OHRDC ଦୁର୍ନୀତି ମାମଲାରେ ମହମ୍ମଦ ମୋକିମଙ୍କ ଆବେଦନକୁ ଖାରଜ କଲେ ହାଇକୋର୍ଟ । ମୋକିମଙ୍କୁ ୩ ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇଥିଲେ ନିମ୍ନ ଅଦାଲତ । ପରେ ନିମ୍ନ ଅଦାଲତଙ୍କ ବିରୋଧରେ ଆବେଦନ କରିଥିଲେ ମୋକିମ । ତେବେ ନିମ୍ନ ଅଦାଲତଙ୍କ ରାୟକୁ କାଏମ ରଖିଲେ ହାଇକୋର୍ଟ ।

ସୂଚନାରୁ ପ୍ରକାଶ ଓଡ଼ିଶା ରୁରାଲ ହାଉସିଂ ଡେଭେଲପମେଣ୍ଟ କର୍ପୋରେସନ (OHRDC) ଦୁର୍ନୀତି ମାମଲାରେ ଭୁବନେଶ୍ୱର ସ୍ୱତନ୍ତ୍ର ଭିଜିଲାନ୍ସ ଅଦାଲତ ଶୁଣାଣି କରିଥିଲା । ଏହା ଆଧାରରେ ୨୦୨୨ ସେପ୍ଟେମ୍ବର ୨୯ରେ ନିଗମର ପୂର୍ବତନ ପରିଚାଳନା ନିର୍ଦ୍ଦେଶକ ତଥା ଆଇଏସ୍ ବିନୋଦ କୁମାର, ନିଗମର ପୂର୍ବତନ କମ୍ପାନି ସେକ୍ରେଟାରି ସ୍ବସ୍ତିରଂଜନ ମହାପାତ୍ର, ମେଟ୍ରୋ ବିଲ୍ଡର୍ସ ପ୍ରାଇଭେଟ ଲିମିଟେଡର ପରିଚାଳନା ନିର୍ଦ୍ଦେଶକ ମହମ୍ମଦ ମୋକିମ, ନିର୍ଦ୍ଦେଶକ ପୀୟୂଷଧାରୀ ମହାନ୍ତିଙ୍କୁ ୩ ବର୍ଷ ସଶ୍ରମ କାରାଦଣ୍ଡ ପ୍ରଦାନ କରିଥିଲେ । ଏହି ରାୟକୁ ଚାଲେଞ୍ଜ କରି ମୋକିମ ଦାୟର କରିଥିବା ଆବେଦନକୁ ୨୦୨୨ ଅକ୍ଟୋବର ୧୦ରେ ହାଇକୋର୍ଟ ବିଚାର ପାଇଁ ଗ୍ରହଣ କରି ତାଙ୍କୁ ଜାମିନ ପ୍ରଦାନ କରିଥିଲେ । ଏହାପରେ ୨୦୨୨ ଅକ୍ଟୋବର ୧୯ରେ ହାଇକୋର୍ଟ ମୋକିମଙ୍କ ଅନ୍ତରୀଣ ଆବେଦନର ଶୁଣାଣି କରି ନିମ୍ନ ଅଦାଲତଙ୍କ ଦଣ୍ଡାଦେଶ ଉପରେ ରହିତାଦେଶ ଜାରି କରିଥିଲେ। ହା‌ଇକୋର୍ଟଙ୍କ ଅନ୍ତରୀଣ ନିର୍ଦ୍ଦେଶ ଉଠାଇବାକୁ ରାଜ୍ୟ ସରକାର ଦାୟର କରିଥିବା ଆବେଦନରେ ସୁପ୍ରିମକୋର୍ଟ ହସ୍ତକ୍ଷେପ କରିବାକୁ ୨୦୨୩ ସେପ୍ଟେମ୍ବର ୨୨ରେ ମନା କରିଥିଲେ।

Related Articles

Back to top button