ଆଜି ଗୁଣ୍ଡିଚା ମନ୍ଦିରରେ ଅନୁଷ୍ଠିତ ହେବ ପବିତ୍ର ହେରାପଞ୍ଚମୀ

ଆଜି ଗୁଣ୍ଡିଚା ମନ୍ଦିରରେ ଅନୁଷ୍ଠିତ ହେବ ପବିତ୍ର ହେରାପଞ୍ଚମୀ । ବିଧି ପରମ୍ପରା ଅନୁଯାୟୀ ଆଜି ରାତିରେ ଆଡପ ମଣ୍ଡପରେ ବିରାଜିତ ମହାପ୍ରଭୁଙ୍କୁ ଦର୍ଶନ କରିବା ପାଇଁ ଶ୍ରୀଗୁଣ୍ଡିଚା ମନ୍ଦିର ଅଭିମୁଖେ ଯାତ୍ରା କରିବେ ମହାଲକ୍ଷ୍ମୀ । ସେପଟେ ମହାଲକ୍ଷ୍ମୀଙ୍କ ଆଗମନ ପୂର୍ବରୁ ମହାପ୍ରଭୁ ଗତକାଲି ଦତ୍ତମହାପାତ୍ର ସେବକଙ୍କ ଦ୍ୱାରା ହୋଇଛନ୍ତି ବନକଲାଗି । ଆଜି ସଂଧ୍ୟା ଆଳତୀ ପରେ ଏକ ସୁସଜିତ ବିମାନ ପଟୁଆରରେ ମହାଲକ୍ଷ୍ମୀ ଶ୍ରୀମନ୍ଦିରରୁ ବାହାରି ଗୁଣ୍ଡିଚା ମନ୍ଦିର ଅଭିମୁଖେ କରିବେ ଯାତ୍ରା । ନନ୍ଦିଘୋଷ ରଥ ନିକଟରେ ମହାଲକ୍ଷ୍ମୀ ପହଞ୍ଚିବା ପରେ ପତ୍ତିମହାପାତ୍ର ସେବାୟତ କର୍ପୂର ବନ୍ଦାପନା, ବଳିତା ବନ୍ଦାପନା,ଚାଉଳ ବନ୍ଦାପନା କରିବେ। ସେପଟେ ଗୁଣ୍ଡିଚା ମନ୍ଦିରକୁ ମହାଲକ୍ଷ୍ମୀ ଯିବାବେଳେ ମହାପ୍ରଭୁଙ୍କ ଠାରୁ ମୁଖଚୁମ୍ବିତ ଅଧରମାଳା ମହାଲକ୍ଷ୍ମୀଙ୍କୁ ପ୍ରଦାନ କରାଯିବ। ସେହି ସମୟରେ ସନ୍ଧ୍ୟାଧୂପ ଚାଲିଥିବା ବେଳେ ଟେରା ପଡିଥିବା କାରଣରୁ ମହାପ୍ରଭୁଙ୍କ ଭେଟ ନ ପାଇ ରାଗରେ ଅଭିମାନ କରିବେ ମା । ଅଭିମାନୀନି ମହାଲକ୍ଷ୍ମୀ ନାକଚଣା ଦ୍ୱାର ଦେଇ ପ୍ରସ୍ଥାନ କରିବା ସମୟରେ ଭିତରଚ୍ଛ ମହାପାତ୍ର ଦହିପଟି ମଣୋହି ନୀତି କରିବେ। ମା ମହାଲକ୍ଷ୍ମୀଙ୍କ ବିମାନଟି ଜଗମୋହନରୁ ନାକଚଣା ଦୁଆର ଦେଇ ଗଲାବେଳେ ତେନ୍ତୁଳୀଗଛ ମୂଳେ ପୂଜା ବନ୍ଦାପନା ହୁଏ । ଏହା ପରେ ମା ଲକ୍ଷ୍ମୀଙ୍କ ବିମାନ ଶ୍ରୀ ଜଗନ୍ନାଥ ଙ୍କ ରଥପାଖକୁ ନିଆଯାଏ । ସେଠାରେ ମା ରଥ ଭାଙ୍ଗନ୍ତି। ମା ଲକ୍ଷ୍ମୀ ଓ ଶ୍ରୀ ଜଗନ୍ନାଥଙ୍କ ସେବକଙ୍କ ମଧ୍ୟରେ କିଛି ସମୟ ଯୁକ୍ତି ତର୍କ ଚାଲେ । ଅନ୍ୟପଟେ ଆଡ଼ପ ଦର୍ଶନ ପାଇଁ ଆଜି ମଧ୍ୟ ଗୁଣ୍ଡିଚା ମନ୍ଦିରରେ ଭକ୍ତଙ୍କ ପ୍ରବଳ ଭିଡ଼ ଦେଖିବାକୁ ମିଳିଛି ।

Related Articles

Back to top button